ଶିଶୁ କଲ୍ୟାଣ ସମିତି ସଦସ୍ୟଙ୍କୁ ପିଟି ପିଟି ହତ୍ୟା
ବ୍ରହ୍ମପୁର: ଶିଶୁ କଲ୍ୟାଣ କମିଟି ସଦସ୍ୟାଙ୍କ ଅତି ନିର୍ମମ ହତ୍ୟା ହୋଇଛି । ଗୋଷାଣୀନୂଆ ଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠ ନଗରରେ ଶିଶୁ କଲ୍ୟାଣ କମିଟି ସଦସ୍ୟ ସୌଦାମିନୀ ରଥଙ୍କୁ ହତ୍ୟା କରାଯାଇଛି । କେହି ଜଣେ ଦୁବୃର୍ତ୍ତ ମୁଣ୍ଡକୁ ପିଟିପିଟି ହତ୍ୟା କରିଛି । ଏହା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଛି ଅଭିଯୁକ୍ତ । ସୌଦାମିନୀ କୌଣସି ଏକ ବ୍ୟକ୍ତିଙ୍କ ସହ ମୋବାଇଲରେ କଥା ହେଉଥିବା ବେଳେ ପଛପଟୁ ଆକ୍ରମଣ କରିଥିଲା ଦୁବୃର୍ତ୍ତ ।

ବର୍ତ୍ତମାନ ଘଟଣାସ୍ଥଳରେ ଟାଉନ ଏସଡିପିଓ ରାଜୀବ ଲୋଚନ ପଣ୍ଡା, ଥାନା ଅଧିକାରୀ ସ୍ମୃତିପ୍ରଭା ପ୍ରଧାନ ଓ ତାଙ୍କ ଟିମ୍ ପହଞ୍ଚି ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି । ତେବେ ସୌଦାମିନୀ ରଥଙ୍କୁ ତାଙ୍କ ଡ୍ରାଇଭର ହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ କରୁଛି ।
ସୌଦାମିନୀ ଘରେ ଏକୁଟିଆ ରହୁଥିଲେ । ଗତକାଲି ରାତିରେ ସୌଦାମିନୀ ନିଜ ଘରେ ଫୋନରେ କଥା ହେଉଥିଲେ । ଏହି ସମୟରେ କେହି ଦୁର୍ବୃତ୍ତ ଆସି ତାଙ୍କୁ ମୁଣ୍ଡକୁ ଏକ ବାଡ଼ିରେ ପିଟି ଦେଇଥିଲା । ସୌଦାମିନୀ ଜୋରରେ ଚିତ୍କାର କରିଥିଲେ । ସୌଦାମିନୀ ଯେଉଁ ବ୍ୟକ୍ତି ସହ ଫୋନରେ କଥା ହେଉଥିଲେ ସେ ଘଟଣାସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ । ସୌଦାମିନୀ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିବା ପରିବାର ଲୋକେ ଆସି ଦେଖିଥିଲେ । ତୁରନ୍ତ ତାଙ୍କୁ ଡାକ୍ତରଖାନା ନେଇଯାଇଥିଲେ । ସେଠାରେ ଡାକ୍ତର ସୌଦାମିନୀଙ୍କୁ ମୃତ ଘୋଷଣା କରିଥିଲେ ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications