ଗ୍ୟାଙ୍ଗଷ୍ଟର ହାଇଦରକୁ ଧରିବାକୁ କଟକ ସୀମା ସିଲ୍, ଗଠନ ହେଲା ୪ ଟି ଟିମ୍
ହାଇଦରକୁ ଖୋଜିବା ପାଇଁ କଟକ ସହର ସୀମା ସିଲ୍ କରାଯାଇଛି।
କଟକ: କଟକ ବଡ଼ ମେଡ଼ିକାଲରୁ ଫେରାର ଗ୍ୟାଙ୍ଗଷ୍ଟାର ହାଇଦରକୁ ଧରିବା ପାଇଁ ବଡ଼ଧରଣର ଅଭିଯାନ ଆରମ୍ଭ କରିଛି କମିଶନରେଟ୍ ପୋଲିସ୍ । କଟକ ଏସ୍ସିବିରେ ଚିକିତ୍ସାଧୀନ ଅବସ୍ଥାରେ ଚମ୍ପଟ୍ ମାରିଥିଲା ଗ୍ୟାଙ୍ଗଷ୍ଟର ହାଇଦର ଅଲ୍ଲୀ । କାଲି ସନ୍ଧ୍ୟାରୁ ହାଇଦର ନିଖୋଜ ଥିବାବେଳେ ବର୍ତ୍ତମାନ ସୁଦ୍ଧା ଧରାପଡ଼ି ନାହିଁ।
ହାଇଦରକୁ ଖୋଜିବା ପାଇଁ କଟକ ସହର ସୀମା ସିଲ୍ କରାଯାଇଛି। ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା ପୋଲିସକୁ ମଧ୍ୟ ଆଲର୍ଟ କରାଯାଇଛି। କଟକ ଡିସିପିଙ୍କ ନେତୃତ୍ୱରେ ୪ଟି ଟିମ୍ ଗଠନ କରି ହାଇଦରକୁ ଠାବ କରିବା ପାଇଁ ଉଦ୍ୟମ ଆରମ୍ଭ କରାଯାଇଛି । ଏହା ବ୍ୟତୀତ ପଶ୍ଚିମବଙ୍ଗ ସୀମାବର୍ତୀ ଜିଲ୍ଲା ବାଲେଶ୍ୱର ଏସପି ଓ ମୟୁରଭଞ୍ଜ ଏସ୍ପିଙ୍କୁ ଖବର ଦିଆଯାଇଛି । କାରଣ, ପଶ୍ଚିମବଙ୍ଗ ସୀମା ଦେଇ ଖସିବାର ଉଦ୍ୟମ କରିବାର ଆଶଙ୍କା ଥିବାରୁ ଏହି ଦୁଇଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସୂଚନା ଦିଆଯାଇଛି ।

ଗତକାଲି କଟକ ଡିସିପି ପ୍ରତୀକ ସିଂଙ୍କ କାର୍ଯ୍ୟାଳୟରେ କମିଶନରେଟ୍ ପୋଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ପୋଲିସ୍ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ବଛାବଛା ପୋଲିସ ଅଧିକାରୀ ଉପସ୍ଥିତ ଥିଲେ। ହାର୍ଡକୋର କ୍ରିମିନାଲ୍ ହାଇଦର ଖୁବ୍ଶୀଘ୍ର ପୋଲିସ୍ ଧରାପଡ଼ିବ ବୋଲି ପୋଲିସ କମିଶନର ଆଶା ରଖିଛନ୍ତି।
ଫଟୋ ସର୍କୁଟେଲ କରି ହାଇଦରକୁ ଧରିବା ପାଇଁ ଅଭିଯାନ ଆରମ୍ଭ କରିଛି କମିଶନରେଟ୍ ପୁଲିସ୍ । ସେହିପରି ଗ୍ୟାଙ୍ଗଷ୍ଟାର ହାଇଦରର ପୁରୁଣା ଲିଙ୍କ୍ ଓ ନୂଆ ଲିଙ୍କ୍ ସହ ଯୋଗାଯୋଗ କରି ତାକୁ ଧରିବାକୁ ଉଦ୍ୟମ କରୁଛି ପୋଲିସ୍ । ବର୍ତମାନ ସମୟରେ ଗ୍ୟାଙ୍ଗଷ୍ଟାର ହାଇଦର କେଉଁଠି ଠାବ କରାଯିବ ତାକୁ ପ୍ରାଥମିକତା ଦେଇ ଖୋଳତାଳ ଆରମ୍ଭ କରିଛି ପୋଲିସ୍ ।
ହାଇଦର ଇତିହାସ:
୨୦୦୯ ଜୁଲାଇ ମାସରେ ଗ୍ୟାଙ୍ଗଷ୍ଟର ସୁଲେମାନ ହତ୍ୟାର ମୁଖ୍ୟ କାର୍ପଟଦାର ଭାବେ ସମ୍ବଲପୁର ଉପ କାରାଗାରରେ ଆଜୀବନ ସଜ୍ଜା କାଟୁଥିବା ହାଇଦର କିଛି ଦିନ ତଳେ ଅସୁସ୍ଥ ହୋଇପଡ଼ିଥିଲା। ଏହାପରେ ତାକୁ ପ୍ରଥମେ ବୁର୍ଲା ମେଡିକାଲ ଓ ପରେ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। SCBର ସର୍ଜରୀ ବିଭାଗ ୫ ନମ୍ବର କ୍ୟାବିନରେ ହାଇଦରର ଚିକିତ୍ସା ଚାଲିଥିଲା। ହାଇଦରକୁ ଜଗିବା ପାଇଁ ଜଣେ ସୁରକ୍ଷାକର୍ମୀ ବି ନିୟୋଜିତ ହୋଇଥିଲେ। କିନ୍ତୁ ସୁରକ୍ଷାକର୍ମୀଙ୍କୁ ନିଶା ଦେଇ ଗତକାଲି ସନ୍ଧ୍ୟାରେ ହାଇଦର ଖସି ପଳାଇଥିବା ସୂଚନା ମିଳିଛି।
-
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ଆଜିଠୁ୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି -
ସରକାରଙ୍କ ବଡ଼ ନିଷ୍ପତ୍ତି, ତୃତୀୟ ସନ୍ତାନ ଜନ୍ମ କଲେ ମିଳିବ ୨୫ ହଜାର -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ -
ନେପାଲରେ ବାଲେନ ଶାହ ସରକାର ! -
ଖେମିନିଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ ଇସ୍ରାଏଲକୁ ଧମକ, ଇସ୍ରାଏଲୀକୁ ସିଧାସଳଖ ଚେତାବନୀ -
ପୁଣି ବଦଳିଲା ସୁନା-ରୁପା ଦର : ଆଜି ଏତିକି.... -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ରବିବାର ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ ଫାଇଟ୍; ଅପରାହ୍ଣ ୫.୩୦ରେ ଆରମ୍ଭ ହେବ ଉଦଯାପନୀ ଉତ୍ସବ












Click it and Unblock the Notifications