ପୋଖରୀରୁ ଏକାବେଳକେ ୩ ନବଜାତ ଶିଶୁଙ୍କ ମୃତଦେହ ଉଦ୍ଧାର
ପୋଖରୀରୁ ଏକାବେଳକେ ୩ ନବଜାତ ଶିଶୁଙ୍କ ମୃତଦେହ ଉଦ୍ଧାର ହୋଇଛି । ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଇନ୍ଦିପୁର ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି ।
ଢେଙ୍କାନାଳ: ପୋଖରୀରୁ ଏକାବେଳକେ ୩ ନବଜାତ ଶିଶୁଙ୍କ ମୃତଦେହ ଉଦ୍ଧାର ହୋଇଛି । ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଇନ୍ଦିପୁର ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି । ଆଜି ଇନ୍ଦିପୁର ଗ୍ରାମ ନିକଟରେ ଥିବା ନଟା ପୋଖରୀ କୂଳରେ ତିନି ନବଜାତ ଶିଶୁଙ୍କ ମୃତଦେହ ପଡିଥିବାର ଦେଖିବାକୁ ମିଳିଛି । ଏହି ଘଟଣା ନଜରକୁ ଆସିବା ପରେ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି ।

ତିନିଟି ମୃତଦେହ ଶିଶୁ କନ୍ୟାଙ୍କର। ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ କିଏ ଏବଂ କାହିଁକି ଏପରି ଭାବେ ମୃତ ନବଜାତଙ୍କୁ ପକାଇଛି ତାହା ଏ ଯାଏଁ ଅସ୍ପଷ୍ଟ ରହିଛି । ଏକକାଳୀନ ୩ଟି ନବଜାତକଙ୍କ ମୃତଦେହକୁ ଦେଖି ଗ୍ରାମବାସୀ ଭୟଭିତ ।












Click it and Unblock the Notifications