ଗିରଫ ହେଲେ ଦୁଇ ବାବା, ଲଗାଇଥିଲେ ୩ କୋଟିର ଚୂନ
ଶନିବାର ଦିନ ଆତ୍ମଘୋଷିତ ବାବାଙ୍କ ନାଁ ବିଜୟାନନ୍ଦ ଚୌଧୁରୀ ଓରଫ ଶ୍ରୀ ସ୍ୱାମୀ ବିଜୟାନନ୍ଦ ମହାରାଜ ଓ ସହଯୋଗୀ ବିଟେକ୍ ଇଞ୍ଜିନିୟରଙ୍କୁ ଚନ୍ଦନ ଆକାଶ ମହାନ୍ତି ଗିରଫ କରିଛି ଅର୍ଥନୈତିକ ଅପରାଧିକ ଶାଖା।
ଭୁବନେଶ୍ୱର: ଓଟିଡିସିର ଫେକ୍ ୱାର୍କ ଅର୍ଡର ଦେଇ ୩ କୋଟି ଟଙ୍କା ଠକେଇ ଅଭିଯୋଗରେ ଆତ୍ମଘୋଷିତ ବାବା ଓ ସହ ଯୋଗୀଙ୍କୁ ଗିରଫ କରିଛି ଇଓଡବ୍ଲ୍ୟୁ। ଶନିବାର ଦିନ ଆତ୍ମଘୋଷିତ ବାବାଙ୍କ ନାଁ ବିଜୟାନନ୍ଦ ଚୌଧୁରୀ ଓରଫ ଶ୍ରୀ ସ୍ୱାମୀ ବିଜୟାନନ୍ଦ ମହାରାଜ ଓ ସହଯୋଗୀ ବିଟେକ୍ ଇଞ୍ଜିନିୟରଙ୍କୁ ଚନ୍ଦନ ଆକାଶ ମହାନ୍ତି ଗିରଫ କରିଛି ଅର୍ଥନୈତିକ ଅପରାଧିକ ଶାଖା।

ଅଭିଯୋଗ ଅନୁଯାୟୀ, ଚନ୍ଦନ ଆକାଶ ମହାନ୍ତି ପୂର୍ବରୁ ଓଟିଡିସିରେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଭାବେ ଠିକାରେ ନିଯୁକ୍ତି ପାଇଥିଲେ। ସେ ଅନ୍ୟମାନଙ୍କ ସହ ମିଶି ଜଣେ ସ୍ପେଶାଲ୍ କ୍ଲାସ୍ କଣ୍ଟ୍ରାକ୍ଟରଙ୍କ ଠାରୁ ବିପୁଳ ପରିମାଣରେ ଅର୍ଥ ଠକି ନେଇଥିଲେ। ଓଟିଡିସି ନାଁରେ ମିଛ ୱାର୍କ ଅର୍ଡର ଦେଇ ସେ ଏହି ସ୍ପେଶାଲ୍ କଣ୍ଟ୍ରାକ୍ଟରଙ୍କ ଠାରୁ ଟଙ୍କା ନେଇ ଯାଇଥିଲେ।
କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ତଦନ୍ତରୁ ଜଣାପଡ଼ିଥିଲା ଯେ କରୋନା ସମୟରେ କାମ ପାଇବାକୁ ଚାହିଁ ବସିଥିଲେ ଏହି ସ୍ପେଶାଲ୍ କ୍ଲାସ୍ କଣ୍ଟ୍ରାକ୍ଟର। ଏହି ସମୟରେ ୨୦୨୦ ମେ' ମାସରେ ତାଙ୍କର ଜଣେ ସଂପର୍କୀୟ ତାଙ୍କୁ ବିଜୟାନନ୍ଦ ଚୌଧୁରୀ ଓରଫ ଶ୍ରୀ ସ୍ୱାମୀ ବିଜୟାନନ୍ଦ ମହାରାଜ ସହିତ ପରିଚୟ କରାଇଥିଲେ। ସେହି ସମୟରେ ବିଜୟାନନ୍ଦ ନିଜକୁ ଓଟିଡିସିର ଅଧ୍ୟକ୍ଷ ଓ ଆଇଟିଡିସିର ସଦସ୍ୟ ଭାବେ ଦର୍ଶାଇଥିଲେ। ସେ ଚନ୍ଦନ ଆକାଶ ମହାନ୍ତିଙ୍କ ସହିତ ତାଙ୍କର (ଉକ୍ତ ସ୍ପେଶାଲ୍ କ୍ଲାସ୍ କଣ୍ଟ୍ରାକ୍ଟରଙ୍କ) ପରିଚୟ କରାଇଥିଲେ। ସେତେବେଳେ ଚନ୍ଦନ ନିଜକୁ ଓଟିଡିସିର ଆସିଷ୍ଟାଣ୍ଟ ଇଞ୍ଜିନିୟର ଭାବେ ପରିଚୟ ଦେଇଥିଲେ।
ପରବର୍ତ୍ତୀ ସମୟରେ ଓଟିଡିସି ଅଧିକାରୀଙ୍କ ସିଲ୍ ଓ ହସ୍ତାକ୍ଷର ବ୍ୟବହାର କରି ବିଜୟାନନ୍ଦ ଓ ଚନ୍ଦନ ଉକ୍ତ ସ୍ପେଶାଲ୍ କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ମିଛ ୱାର୍କ ଅର୍ଡର ଦେଇଥିଲେ। ଏହା ବଦଳରେ ସେମାନେ ସେହି କଣ୍ଟ୍ରାକ୍ଟରଙ୍କ ଠାରୁ ୩ କୋଟି ଟଙ୍କା ହାତେଇ ଥିଲେ। ସେଥିରୁ ୧.୧୪ କୋଟି ଟଙ୍କା ଚନ୍ଦନ ଆକାଶ ମହାନ୍ତିଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଥିଲା। ବାକି ଟଙ୍କା ଆତ୍ମଘୋଷିତ ବାବାଙ୍କ ଆକାଉଣ୍ଟକୁ ଯାଇଥିବା ଜଣାପଡିଛି।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications