୧୦୦ ଟଙ୍କା ପାଇଁ ସମ୍ବଲପୁର ବିଶ୍ଵବିଦ୍ୟାଳୟର ପୂର୍ବତନ କୁଳପତିଙ୍କୁ ହତ୍ୟା
ସମ୍ବଲପୁର ବିଶ୍ଵ ବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଧ୍ରୁବରାଜ ନାୟକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଇଥିବା ଅଭିଯୋଗ ହୋଇଛି ।
ଝାରସୁଗୁଡ଼ା: ମାତ୍ର ୧୦୦ ଟଙ୍କା ପାଇଁ ଚାଲିଗଲା ଜୀବନ । ସମ୍ବଲପୁର ବିଶ୍ଵ ବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଧ୍ରୁବରାଜ ନାୟକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଇଥିବା ଅଭିଯୋଗ ହୋଇଛି ।

ଆଜି ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ଏହି ଘଟଣା ଘଟିଛି। ମୃତ ଧ୍ରୁବରାଜଙ୍କ ଭାଇ ଅର୍ଜୁନ ନାୟକ କହିଛନ୍ତି, ଜଣେ ବ୍ୟକ୍ତି ଘର ଭିତରକୁ ପଶି ଆସିଥିଲା। ସେତେବେଳେ ଘରେ ଭାଇ ନଥିଲେ। କେବଳ ଆମ ବୋହୂ ଓ ଝିଆରୀ ଘରେ ଥିଲେ। ଉକ୍ତ ବ୍ୟକ୍ତି ବେଡ୍ ରୁମ୍କୁ ପଶିଯାଇ ଶହେ ଟଙ୍କା ମାଗିଥିଲା। ଟଙ୍କା ନାହିଁ ପରେ ଆସିବୁ ବୋଲି ସେମାନେ ତାକୁ କହିଥିଲେ। ଏହା ଭିତରେ ଭାଇ ପହଞ୍ଚିଥିଲେ ଓ ଟାଙ୍ଗିଆ ଧରି କାହିଁକି ଘର ଭିତରକୁ ଆସିଛୁ ବୋଲି ତାକୁ ପଚାରି ଥିଲେ। ଏହା ପରେ ସେ ଭାଇଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲା।
ଆକ୍ରମଣ ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଝାରସୁଗୁଡା ସମଲେଶ୍ଵରୀ ନର୍ସିଂ ହୋମରେ ଭର୍ତ୍ତି କରାଯାଇଥିଲା । ତେବେ ମେଡିକାଲରେ ଧ୍ରୁବରାଜଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର ।












Click it and Unblock the Notifications