ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚର ପଚରାଉଚରା
ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ପଚରାଉଚରା କରୁଛି କ୍ରାଇମବ୍ରାଞ୍ଚ ।
ଭୁବନେଶ୍ୱର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ପଚରାଉଚରା କରୁଛି କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚର ଏକ ସ୍ୱତନ୍ତ୍ର ଟିମ୍ ପ୍ରଦୀପଙ୍କୁ ପଚରାଉଚରା କରୁଛି । ସାଇବର ଅପରାଧର ଏକ ମାମଲାରେ ପ୍ରଦୀପଙ୍କୁ ପଚରାଉଚରା କରୁଛି କ୍ରାଇମବ୍ରାଞ୍ଚ । ଏସମ୍ପର୍କରେ ଟ୍ୱିଟ୍ କରି କ୍ରାଇମବ୍ରାଞ୍ଚ ସୂଚନା ଦେଇଛି ।
ଅପରପକ୍ଷରେ ଆଜି ସନ୍ଧ୍ୟାରେ ଗୋପାଳପୁରର ଏହି ବିଧାୟକଙ୍କ ବାସଭବନରୁ କିଛି ଲୋକ ଆସି ଉଠାଇ ନେଇଥିବା ଅଭିଯୋଗ କରିଛନ୍ତି ପ୍ରଦୀପଙ୍କ ପତ୍ନୀ ।

ଗଣମାଧ୍ୟମରେ ପ୍ରତିକ୍ରିୟା ଦେଇ ସେ କହିଛନ୍ତି 4ଟି ଗାଡ଼ିରେ କିଛି ଲୋକ ଆସି କ୍ରାଇମବ୍ରାଞ୍ଚର ପରିଚୟ ଦେଇ ପ୍ରଦୀପଙ୍କୁ ଉଠାଇ ନେଇଛନ୍ତି । ଗାଡ଼ିରେ ଆସିଥିବା ଲୋକମାନେ ଇଓଡବ୍ଲୁ କହି ପ୍ରଦୀପଙ୍କୁ ନେଇ ଆସିଥିଲେ । କିନ୍ତୁ ପ୍ରଦୀପ କ୍ରାଇମବ୍ରାଞ୍ଚ ଇଓଡବ୍ଲୁରେ ନଥିବା କହିଛନ୍ତି ତାଙ୍କ ପତ୍ନୀ ସୁଜାତା ପାଣିଗ୍ରାହୀ ।












Click it and Unblock the Notifications