କ୍ରସର ମାଲିକଙ୍କଠାରୁ ଲାଞ୍ଚ ନେଇ ଗିରଫ ହେଲେ ଆଇଏଏସ୍ ଅଫିସର ଧୀମାନ ଚକ୍ମା
କ୍ରସର ମାଲିକଙ୍କଠାରୁ ଲାଞ୍ଚ ନେଇ ଗିରଫ ହେଲେ ଆଇଏଏସ୍ ଅଫିସର ଧୀମାନ ଚକ୍ମା । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କୁ ଗିରଫ କରିଛି ।
କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍ମା ରବିବାର ଭିଜିଲାନ୍ସ ପଞ୍ଝାରେ ପଡ଼ିବା ପରେ ତାଙ୍କ ଦୁର୍ନୀତିର ଚିଠା ଖୋଲିଛି । ତାଙ୍କ ସରକାରୀ ବାସଭବନରୁ ନଗଦ ୪୭ ଲକ୍ଷ ଟଙ୍କା ଜବତ କରାଯିବା ପରେ ସୋମବାର ଧୀମାନ ଚକ୍ମାଙ୍କୁ ଗିରଫ କରାଯାଇଛି ।
ଭିଜିଲାନ୍ସ ନିକଟରେ ହୋଇଥିବା ଅଭିଯୋଗ ଅନୁଯାୟୀ, ଜୟପାଟଣା ଅଞ୍ଚଳର ସମ୍ପୃକ୍ତ କ୍ରସର ମାଲିକଙ୍କୁ ଭୟଭୀତ କରାଇ ଉପଜିଲ୍ଲାପାଳ ଶ୍ରୀ ଚକ୍ମା ୨୦ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ । ରବିବାର ଧର୍ମଗଡ଼ସ୍ଥିତ ସରକାରୀ ବାସଭବନକୁ ଡାକି ୧୦ ଲକ୍ଷ ଟଙ୍କା ଲାଞ୍ଚ ରାଶିଗ୍ରହଣ କରିଥିଲେ । ଟଙ୍କା ବାସଭବନର ଅଫିସ୍ ଟେବୁଲ ଡ୍ରୟର ଭିତରେ ରଖିଥିଲେ । ପୂର୍ବ ଯୋଜନା ଅନୁଯାୟୀ ଭିଜିଲାନ୍ସ ଟିମ୍ ଚଢ଼ଉ କରି ୨୬ଟି ଶହେ ଟଙ୍କିଆ ବଣ୍ଡଲ ଜବତ କରିଥିଲେ । ଉପଜିଲ୍ଲାପାଳଙ୍କ ସରକାରୀ ବାସଭବନ ଯାଞ୍ଚ ବେଳେ ଆହୁରି ୪୭ ଲକ୍ଷ ଟଙ୍କା ନଗଦ ଜବତ କରାଯାଇଛି । ଭିଜିଲାନ୍ସ ପକ୍ଷରୁ ଯାଞ୍ଚ କରାଯିବା ପରେ ସୋମବାର ସକାଳେ ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍ମାଙ୍କୁ ଗିରଫ କରାଯାଇଛି ।

କହିରଖୁ କି, ୨୦୨୧ ବ୍ୟାଚ୍ ଆଇଏଏସ୍ ଅଫିସର ଶ୍ରୀ ଚକ୍ମ ବାରିପଦା ବନ ବିଭାଗରେ ବରିଷ୍ଠ ଅଧିକାରୀ ଭାବେ ଅବସ୍ଥାପିତ ଥିଲେ । ସେଠାରୁ ସେ ବଦଳି ହୋଇ ଧର୍ମଗଡ଼ ଉପଜିଲ୍ଲାପାଳ ଭାବେ ଯୋଗଦେଇଥିଲେ । ଏଠାରେ ସେ ପାଖାପାଖି ବର୍ଷେ ହେଲା କାର୍ଯ୍ୟରତ ଥିଲେ ।
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଏମ୍ଏସ୍ ଧୋନିଙ୍କ ନାଁରେ ଥିବା କ୍ରିକେଟ ଷ୍ଟାଡିୟମ ସିଲ୍ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ












Click it and Unblock the Notifications