ଆସିଲା ମଧୁମିତାଙ୍କ ପୋଷ୍ଟମର୍ଟମ ରିପୋର୍ଟ; ଟ୍ରେନ୍ ଆଗକୁ ଡେଇଁବା ପରେ ଘୋଷାଡ଼ି ହୋଇ କିଛି ସମୟ ବଞ୍ଚିଥିଲେ...
ସାମ୍ବାଦିକା ମଧୁମିତା ମୃତ୍ୟୁ ମାମଲା । ଆସିଲା ମଧୁମିତାଙ୍କ ପୋଷ୍ଟମର୍ଟମ ରିପୋର୍ଟ । ମଧୁମିତାଙ୍କ ଦେହରେ ଏକାଧିକ କ୍ଷତ ଥିବା ପୋଷ୍ଟମର୍ଟମରେ ଉଲ୍ଲେଖ ହୋଇଛି । ଟ୍ରେନ୍ ଆଗକୁ ଡେଇଁବା ପରେ ଘୋଷାଡ଼ି ହୋଇ କିଛି ସମୟ ବଞ୍ଚିଥିଲେ । ଏକାଧିକ କ୍ଷତ ଯୋଗୁଁ ମଧୁମିତାଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ।
ରାଜଧାନୀରେ ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ଆତ୍ମହତ୍ୟା ଖବର ଚର୍ଚ୍ଚାର ବିଷୟ ପାଲଟିଛି । ବୁଧବାର ଅପରାହ୍ନରେ ସେ ଟେନ୍ ସମ୍ମୁଖକୁ ଡେଇଁ ଆତ୍ମହତ୍ୟା କରିବା ପୂର୍ବରୁ ସେ ମା'ଙ୍କୁ ଭେଟିଥିଲେ । ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ ପରେ ଘରକୁ ମୁହଁରେ ଓଢ଼ଣା ବାନ୍ଧି ଘରକୁ ଯାଇଥିଲେ । ସେଠାରେ ମା'ଙ୍କୁ ଭେଟି ଫେରିବା ପରେ ଟ୍ରେନ୍ ଆଗକୁ ଡେଇଁଥିବା ସୂଚନା ମିଳିଛି ।

ପ୍ରକାଶ ଯେ, ମଧୁମିତା ୫ ମାସ ପୂର୍ବେ ପ୍ରେମ ବିବାହ କରିଥିଲେ। ହେଲେ କିଛି ଦିନ ତଳେ ସେ ସ୍ବାମୀଙ୍କ ପରକୀୟା ପ୍ରୀତି ବିଷୟରେ ଜାଣିବାକୁ ପାଇଥିଲେ। ଏହାକୁ ନେଇ ସ୍ବାମୀସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହେଉଥିଲା। ଏପରିକି ସେ ଥରେ ଫିନାଇଲ ପିଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ। ହେଲେ ତାଙ୍କୁ ଡାକ୍ତରଖାନା ନିଆଯିବାପରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ଦ୍ୱିତୀୟ ଥର ଲାଗି ସେ ଆତ୍ମହତ୍ୟା କରିବାକୁ ମନସ୍ଥ କରି ଏଭଳି ଚରମ ନିଷ୍ପତ୍ତି ନେଇଥିବା କୁହାଯାଉଛି। ପୋଲିସ ଘଟଣାର ତଦନ୍ତ କରୁଥିବା ବେଳେ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି।
ଆତ୍ମହତ୍ୟା ପୂର୍ବରୁ ସେ ନିଜ ମା' ଓ ପରିବାରକୁ କ୍ଷମା ମାଗିଛନ୍ତି । ଭିଡିଓ କରିବା ପରେ ଟ୍ରେନ ଆଗକୁ ଡେଇଁ ସାମ୍ବାଦିକା ଜଣଙ୍କ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠାରେ ମଧୁମିତାଙ୍କ ଘର ହୋଇଥିବା ବେଳେ, ଗଞ୍ଜାମ ଜିଲ୍ଲା ତରଡ଼ାରେ ସେ ବିବାହ କରିଥିଲେ । ତେବେ ମଧୁମିତାଙ୍କୁ ବିବାହ ପୂର୍ବରୁ ତାଙ୍କ ସ୍ବାମୀ ଅନ୍ୟ ଜଣେ ଯୁବତୀଙ୍କ ବିବାହ କରିଥିଲେ। ପ୍ରଥମ ସ୍ତ୍ରୀକୁ ଛାଡପତ୍ର ଦେବା ପରେ ମଧଚମିତାଙ୍କୁ ଦ୍ବିତୀୟ ବିବାହ କରିଥିଲେ ତାଙ୍କ ସ୍ବାମୀ। ।
ଗତ ବୁଧବାର ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ ମଧୁମିତା। ସ୍ୱାମୀ ଶ୍ରୀଧର ଜେନାଙ୍କ ପରକୀୟା ପ୍ରିତିକୁ ନେଇ ମର୍ମାହତ ହୋଇ ଆତ୍ମହତ୍ୟା କରିଥିବା କଥା ମୃତ୍ୟୁ ପୂର୍ବରୁ ସୋସିଆଲ ମିଡିଆରେ ଭିଡିଓ କରି ସେୟାର କରିଥିଲେ। ଘଟଣାରେ ମଧୁମିତାଙ୍କ ସ୍ୱାମୀ ଶ୍ରୀଧର ଜେନାଙ୍କୁ ଗିରଫ କରି ତଦନ୍ତ କରୁଛି ପୋଲିସ।












Click it and Unblock the Notifications