ମାହାଙ୍ଗା ଡବଲ ମର୍ଡର : ଅସଂପୂର୍ଣ୍ଣ ରହିଲା ଯୁକ୍ତି ଉପସ୍ଥାପନ, ୧୦ରେ ପୁଣି ଶୁଣାଣି
ମାହାଙ୍ଗା ଡବଲ ମର୍ଡର ମାମଲାରେ ହାଇକୋର୍ଟରେ ଶୁଣାଣି । ପ୍ରତାପ ଜେନାଙ୍କ ଆବେଦନ ଉପରେ ପ୍ରତିପକ୍ଷଙ୍କ ଯୁକ୍ତି ଉପସ୍ଥାପନ ହୋଇଛି । ଅସଂପୂର୍ଣ୍ଣ ରହିଲା ଯୁକ୍ତି ଉପସ୍ଥାପନ, ୧୦ରେ ପୁଣି ଶୁଣାଣି ହେବ । ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଛନ୍ତି ପ୍ରତାପ । ପ୍ରତାପଙ୍କ ବିରୋଧରେ ମାମଲା ଚାଲୁ ରଖିବାକୁ ତଳ କୋର୍ଟ ରାୟ ଶୁଣାଇଥିଲେ ।
ସୂଚନା ଯୋଗ୍ୟ, ପ୍ରତାପଙ୍କ ନାଁରେ ମାମଲା ଚାଲୁ ରଖିବାକୁ ସାଲେପୁର JMFC କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ହତ୍ୟା, ହତ୍ୟା ଷଡ଼ଯନ୍ତ୍ର ଓ ଧମକ ଆଦି ଦେଇଥିବା ଦଫାରେ ମାମଲା ଚାଲୁ ରହିବ ବୋଲି କୋର୍ଟ କହିଥିଲେ । କୋର୍ଟଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ ଉଲ୍ଲେଖ ଥିଲା ଯେ, ଅଭିଯୋଗକାରୀ ଓ ସାକ୍ଷୀମାନଙ୍କର ବୟାନ ଏବଂ ବିଭିନ୍ନ ରେକର୍ଡପତ୍ର ଗୁଡ଼ିକୁ ଦେଖିଲେ ଆପାତତଃ ପ୍ରତାପ ଜେନାଙ୍କ ବିରୋଧରେ ପ୍ରମାଣଯୋଗ୍ୟ ତଥ୍ୟ ରହିଛି । ପ୍ରତାପ ଜେନା ବର୍ତ୍ତମାନ ବିଧାୟକ ହୋଇଥିବାରୁ ମାମଲାକୁ ଭୁବନେଶ୍ୱର ସ୍ପେଶାଲ କୋର୍ଟକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ହୋଇଛି ।

ସୂଚନାଥାଉକି, 2021 ଜାନୁଆରି 2 ତାରିଖ ରାତିରେ ମାହାଙ୍ଗା ଡବଲ ମର୍ଡର ହୋଇଥିଲା । ଏହି ଘଟଣାରେ ବିଜେପି ନେତା କୁଳମଣି ଓ ତାଙ୍କ ସଂପର୍କୀୟ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ହୋଇଥିଲା । ଅଭିଯୋଗକାରୀ ରମାକାନ୍ତ ବରାଳ 13 ଜଣଙ୍କ ନାମରେ ଅଭିଯୋଗ ଆଣିଥିଲେ । ଏଥିରୁ 9 ଜଣ ଗିରଫ ହୋଇ ସାରିଛନ୍ତି । ଏତଲା ଅନୁଯାୟୀ 13ନଂ ଅଭିଯୁକ୍ତ ଥିଲେ ପ୍ରତାପ ଜେନା ।












Click it and Unblock the Notifications