ମାହାଙ୍ଗା ଡବଲ ମର୍ଡର; ୯ ଜଣ ଦୋଷୀଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ
ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ଆଜି ଶୁଣାଣି ହୋଇଛି । ସାଲେପୁର ଏଡିଜେ ୯ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ତେବେ ପ୍ରମାଣ ଅଭାବରୁ ଜଣେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ।
ସୂଚନାଯୋଗ୍ୟ, ୨୦୨୧ ଜାନୁଆରି ୨ରେ ବରିଷ୍ଠ ଭାଜପା ନେତା କୁଳମଣି ବରାଳ ଓ ସଂପର୍କୀୟ ଦିବ୍ୟ ସିଂହ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭିତ୍ତି କରି ଏହି ହତ୍ୟାକାଣ୍ଡ ହୋଇଥିବାବେଳେ ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା। ଏପରିକି ତତକାଳୀନ ବିଧାୟକ ତଥା ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୋଧରେ ମଧ୍ୟ ମାମଲା ହୋଇଥିଲା। କିନ୍ତୁ ପ୍ରତାପ ଜେନାଙ୍କ ମାମଲା ଏବେ ଉଚ୍ଚ ନ୍ୟାୟାଳୟରେ ବିଚାରାଧୀନ ଅଛନ୍ତି।
୨୦୨୧ ମସିହା ଜାନୁଆରୀ୨ ତାରିଖରେ ସନ୍ଧ୍ୟାରେ ମହାଙ୍ଗାରର ବରିଷ୍ଠ ବିଜେପି ନେତା କୁଳମଣି ବରାଳ (୭୫) ଓ ସଂପର୍କୀୟ ଦିବ୍ୟ ସିଂହ ବରାଳ( ୮୨)ଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭିତ୍ତି କରି ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା। ପୁଲିସ୍ ଏହି ଘଟଣାରେ ୧୦ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ୍ଲ ବିଶ୍ୱାଳ ଫେରାର ଥିଲା। ଏକ ଟ୍ରକ ଦୁର୍ଘଟଣାରେ ଗତ ଫେବ୍ରୁଆରୀରେ ତାଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଥିଲା।

ତେବେ ଏହି ଘଟଣାରେ ବିଜେଡି ନେତା ତଥା ସେତେବେଳର ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ଥିବା ଅଭିଯୋଗ ଆସିଥିଲା। ପ୍ରତାପ ଜେନାଙ୍କ ବିରୋଧରେ ମଧ୍ୟ ମାମଲା ହୋଇଥିଲା। ତେବେ ପୁଲିସ ଚାର୍ଜସିଟ୍ ଦାଖଲ ବେଳେ ମନ୍ତ୍ରୀଙ୍କ ନାଁକୁ କାଟି ଦେଇଥିବା ନେଇ ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ କୋର୍ଟରେ ପ୍ରୋଟେଷ୍ଟ ପିଟିସନ୍ କରିଥିଲେ। ଏହାର ଶୁଣାଣି କରି କୋର୍ଟ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ମାହାଙ୍ଗା ଥାନାକୁ ନିର୍ଦ୍ଦେଶ ଦେଇଥିଲେ। ପରେ ପ୍ରତାପ ଜେନାଙ୍କୁ ୧୩ ନମ୍ବର ମୁଦାଲା ଭାବେ ଚାର୍ଜସିଟରେ ଉଲ୍ଲେଖ କରିଥିଲା ପୁଲିସ।
ତେବେ ଚାର୍ଜସିଟରୁ ତାଙ୍କ ନାଁ ହଟାଇବାକୁ ପ୍ରତାପ ଜେନା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ।ହାଇକୋର୍ଟ ମାମଲାର ଶୁଣାଣି ସାରି ରାୟ ସଂରକ୍ଷିତ ରଖିଛନ୍ତି।ଏହି ଡବଲ ମର୍ଡର ଘଟଣାକୁ ନେଇ ସେତେବେଳେ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଥିଲା।












Click it and Unblock the Notifications