ମାନସ ସ୍ବାଇଁ ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ରିମାଣ୍ଡ ନେବା ପାଇଁ ଆବେଦନ କରିବ କ୍ରାଇମବ୍ରାଞ୍ଚ
କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ଶର୍ମିଷ୍ଠାଙ୍କ ସମେତ ୪ ଅଭିଯୁକ୍ତଙ୍କୁ ପୁଣି ଥରେ ରିମାଣ୍ଡରେ ନେବାକୁ ଆବେଦନ କରିବ କ୍ରାଇମବ୍ରାଞ୍ଚ । ମାମଲାରେ ଅଧିକ ତଦନ୍ତର ଆବଶ୍ୟକତା ଥିବାରୁ ୫ ଦିନିଆ ରିମାଣ୍ଡ ନେବାକୁ କ୍ରାଇମବ୍ରାଞ୍ଚ ଆବେଦନ କରିବ ।
ଭୁବନେଶ୍ୱର: କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ଶର୍ମିଷ୍ଠାଙ୍କ ସମେତ ୪ ଅଭିଯୁକ୍ତଙ୍କୁ ପୁଣି ଥରେ ରିମାଣ୍ଡରେ ନେବାକୁ ଆବେଦନ କରିବ କ୍ରାଇମବ୍ରାଞ୍ଚ । ମାମଲାରେ ଅଧିକ ତଦନ୍ତର ଆବଶ୍ୟକତା ଥିବାରୁ ୫ ଦିନିଆ ରିମାଣ୍ଡ ନେବାକୁ କ୍ରାଇମବ୍ରାଞ୍ଚ ଆବେଦନ କରିବ ।
କାରଣ ହତ୍ୟା ଘଟଣା ପଛରେ ଥିବା ମେମୋରି ଚିପ୍ର ଟେର ପାଇପାରିନି କ୍ରାଇମବ୍ରାଞ୍ଚ ଟିମ୍। ଗତ ୫ ଦିନ ଧରି ମାନସ ହତ୍ୟା ଘଟଣା ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣି ପ୍ରମାଣ ଯୋଗାଡ଼ କରିବାରେ ବ୍ୟସ୍ତ ଥିଲା କ୍ରାଇମବ୍ରାଞ୍ଚ । ସେମାନଙ୍କ ରିମାଣ୍ଡ ଅବଧୀ ସରି ଯାଇଥିବା ବେଳେ ସେମାନଙ୍କୁ ପୁଣି ଥରେ ୫ ଦିନ ରିମାଣ୍ଡରେ ନେବାକୁ ଆଜି ଆବେଦନ କରିବ କ୍ରାଇମବ୍ରାଞ୍ଚ ।

ଗତକାଲି ରିମାଣ୍ଡର ଶେଷ ଦିନରେ ସଂପୂର୍ଣ୍ଣ ୱେବ ପୋର୍ଟାଲ ଅଫିସକୁ ଶର୍ମିଷ୍ଠା ରାଉତ ଓ ନିରଞ୍ଜନ ସେଠୀଙ୍କୁ ନେଇ ଅଧିକ ତଥ୍ୟ ଆଦାୟ କରିଥିଲା କ୍ରାଇମବ୍ରାଞ୍ଚ । ଶର୍ମିଷ୍ଠା ରାଉତଙ୍କ ବେଡରୁମରୁ ନିରଞ୍ଜନ ସେଠୀଙ୍କ ଏକ ବ୍ୟକ୍ତିଗତ ଡାଏରୀ ମିଳିଥିଲା । ଏହି ଡାଏରୀରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଥିବା ଅନୁମାନ କରାଯାଉଛି । କ୍ରାଇମବ୍ରାଞ୍ଚ ହାତରେ କିଛି ସୁରାଗ୍ ମିଳିଥିବା କୁହାଯାଉଛି । ଯାହାର ତଦନ୍ତ ପାଇଁ ପୁଣି ଥରେ ରିମାଣ୍ଡରେ ଆଣିବ କ୍ରାଇମବ୍ରାଞ୍ଚ ।
ତେବେ ଏହି ୪ ଅଭିଯୁକ୍ତଙ୍କ ୫ ଦିନିଆ ରିମାଣ୍ଡ ଅବଧୀ ଗତକାଲି ସରି ଯାଇଥିବା ବେଳେ ଆଜି ଅପରାହ୍ନ ୩ଟା ସୁଦ୍ଧା ସେମାନଙ୍କୁ ଚାନ୍ଦବାଲି JMFCରେ ହାଜର କରାଯିବ । ସେଠାରେ କ୍ରାଇମବ୍ରାଞ୍ଚ ପୁଣି ଥରେ ଏହି ଅଭିଯୁକ୍ତମାନଙ୍କୁ ୫ ଦିନ ରିମାଣ୍ଡ ପାଇଁ ଆବେଦନ କରିବ ବୋଲି ଜଣାଯାଇଛି। ତେବେ ବିଚାରପତି ପୁଣି ଥରେ ରିମାଣ୍ଡ ଆବେଦନକୁ ମଞ୍ଜୁର କରୁଛନ୍ତି ନା କ୍ରାଇମବ୍ରାଞ୍ଚକୁ ନିରାଶ ହେବାକୁ ପଡ଼ୁଛି ତାହା ଆଜି ହିଁ ସ୍ପଷ୍ଟ ହୋଇଯିବ ।
-
ମାର୍ଚ୍ଚ ଶେଷ ସପ୍ତାହରେ ପ୍ରଳୟ କରିବ କାଳବୈଶାଖୀ -
ନିର୍ବାଚନ ସରିଲେ ବାହାହେବେ ବିଜୟ -
ଘରୋଇ ବସ୍ରେ ଅଗ୍ନିକାଣ୍ଡ, ବିଧାୟକ ମଙ୍ଗୁ ଖିଲଙ୍କ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର -
ନାଟୋ'କୁ ଭୀରୁ କହି ବର୍ଷିଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ -
Zomatoରୁ ଖାଇବା ଅର୍ଡର କରିବା ହେଲା ମହଙ୍ଗା, ବଢ଼ିଲା ପ୍ଲାଟଫର୍ମ ଫିସ୍ -
ଓଡ଼ିଆ ଖାଦ୍ୟ ପଖାଳକୁ ମିଳିଲା ଅନ୍ତର୍ଜାତୀୟ ପରିଚୟ -
ଆଜି ପବିତ୍ର ଇଦ୍-ଉଲ୍-ଫିତର୍, ଆଲିଙ୍ଗନ କରି ଜଣାଉଛନ୍ତି ଶୁଭେଚ୍ଛା





Click it and Unblock the Notifications