ମାନସ ସ୍ୱାଇଁ ହତ୍ୟା ମାମଲା: ଶର୍ମିଷ୍ଠାଙ୍କ ଆଗୁଆ ଜାମିନ ଆବେଦନ ଖାରଜ
କ୍ୟାମେରାମ୍ୟାନ ମାନସ ସ୍ୱାଇଁ ଅପହରଣ ଓ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହୋଇଛି।
କଟକ: କ୍ୟାମେରାମ୍ୟାନ ମାନସ ସ୍ୱାଇଁ ଅପହରଣ ଓ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହୋଇଛି। ଓଡ଼ିଶା ହାଇକୋର୍ଟ ଶର୍ମିଷ୍ଠାଙ୍କ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି। ମାନସ ହତ୍ୟା ଘଟଣାପରଠୁ ପୋଲିସ ଶର୍ମିଷ୍ଠାଙ୍କୁ ଖୋଜୁଥିବା ବେଳେ ତାଙ୍କର ପତ୍ତା ପାଇ ପାରୁନାହିଁ।

ଖବର ଅନୁଯାୟୀ, ଗତ ଫେବ୍ରୁଆରି ୨୩ ତାରିଖରେ ଶର୍ମିଷ୍ଠା ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ। ଗତ ୧୬ ତାରିଖରେ ଏହି ମାମଲାର ଶୁଣାଣି ହୋଇଥିଲା , ତେବେ ଏହା ଏକ ସମ୍ବେଦନଶୀଳ ମାମଲା ଏବଂ ଆବେଦନକାରୀ ମାମଲାର ମୁଖ୍ୟ ଅଭିଯୁକ୍ତ ତେଣୁ ବର୍ତ୍ତମାନ ପରିସ୍ଥିତିରେ ଜାମିନ ଦେବା ଉଚିତ୍ ହେବନାହିଁ ବୋଲି ଯୁକ୍ତି ରଖିଥିଲେ ସରକାରୀ ଓକିଲ । ସେପଟେ ଆବେଦନରେ ତ୍ରୁଟି ଥିବା ଦର୍ଶାଇ ହାଇକୋର୍ଟ ଆଗୁଆ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି।
ମାନସ ସ୍ୱାଇଁ ହତ୍ୟା ମାମଲାରେ ଗତକାଲି ପୂର୍ବତନ ଓଆଇଏସ୍ ନିରଞ୍ଜନ ସେଠୀ ଓ ଅନ୍ୟ ଜଣେ ଅଭିଯୁକ୍ତକୁ ପୋଲିସ ଗିରଫ କରିଥିଲା। ଅଧିକ ତଥ୍ୟ ହାସଲ ପାଇଁ ଆଜି ସେମାନଙ୍କ ରିମାଣ୍ଡ ଆବେଦନ କରିବ ପୋଲିସ।
ମାନସ ସ୍ୱାଇଁ ହତ୍ୟା ମାମଲାରେ ପୂର୍ବରୁ ଚାନ୍ଦବାଲି ଥାନା ପୋଲିସ୍ ୩ ଜଣଙ୍କୁ ଗିରଫ କରିଥିଲା। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଅଛନ୍ତି ବୋଲେରୋ ଡ୍ରାଇଭର୍ ଭାଗ୍ୟଧର ନାୟକ, ରଣପୁର ଥାନା ଧମଡା ଗାଁର ବିବେକ ନାୟକ ଓ ପୁରୁଣା ଭୁବନେଶ୍ୱରର ମୋହରିର କୃଷ୍ଣଚନ୍ଦ୍ର ନାୟକ। ଏମାନଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୫ ଜଣଙ୍କୁ ଗିରଫ କରିଛି।












Click it and Unblock the Notifications