ହୋଲିରେ ନାରକୀୟ କାଣ୍ଡ, ସଂଘବଦ୍ଧ ଆକ୍ରମଣରେ ବାପା ମୃତ, ମା-ଝିଅ ଗୁରୁତର
କିଛି ଲୋକଙ୍କ ସଂଘବଦ୍ଧ ଆକ୍ରମଣରେ ଗୋଟିଏ ପରିବାରର ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ପୂର୍ବଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ।

ଆଠଗଡ : ହୋଲି ରଙ୍ଗରେ ସାରା ରାଜ୍ୟ ଭିଜୁଥିବା ବେଳେ ରକ୍ତରେ ଭିଜିଛି କଟକ ଜିଲ୍ଲା ନୂଆପାଟଣା ପଞ୍ଚାୟତ ସ୍ଥିତ ସୁରେନ୍ଦ୍ରପାଟଣା ଗ୍ରାମ । ଏଠାରେ ଏକ ନାରକୀୟ ହତ୍ୟାକାଣ୍ଡ ଘଠଣା ସାମ୍ନାକୁ ଆସିଛି । କିଛି ଲୋକଙ୍କ ସଂଘବଦ୍ଧ ଆକ୍ରମଣରେ ଗୋଟିଏ ପରିବାରର ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ପୂର୍ବଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ।
କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ନୂଆପାଟଣା ପଞ୍ଚାୟତ ସ୍ଥିତ ସୁରେନ୍ଦ୍ରପାଟଣା ଗ୍ରାମର ମୁଣ୍ଡିଆ ସାହିରେ ଆଜି ସକାଳେ ଗୋଟିଏ ପରିବାରର ତିନିଜଣଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି । ଆକ୍ରମଣରେ ବାପାଙ୍କର ମୃତ୍ୟୁ ହୋଇଯାଇଥିବାବେଳେ ମା-ଝିଅ ଗୁରୁତର ଆହତ ହୋଇଛନ୍ତି । ଉଭୟଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି ।
ହତ୍ୟାକାଣ୍ଡ ଭିଆଇବା ପରେ ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ତନାଘନା ଜାରି ରଖିଛି ।












Click it and Unblock the Notifications