Get Updates
Get notified of breaking news, exclusive insights, and must-see stories!

ପୂର୍ବତନ କୁଳପତିଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତ ଗିରଫ

ଗତକାଲି ସମ୍ବଲପୁର ବିଶ୍ଵ ବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଧ୍ରୁବରାଜ ନାୟକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ଅଭିଯୋଗ ହୋଇଥିଲା । ତେବେ ଘଟଣାରେ ଅଭିଯୁକ୍ତ ପ୍ରବୀଣ ଧରୁଆଙ୍କୁ ଗିରଫ କରିଛି ସ୍ଥାନୀୟ ପୋଲିସ ।

ସମ୍ବଲପୁର: ଗତକାଲି ସମ୍ବଲପୁର ବିଶ୍ଵ ବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଧ୍ରୁବରାଜ ନାୟକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ଅଭିଯୋଗ ହୋଇଥିଲା । ତେବେ ଘଟଣାରେ ଅଭିଯୁକ୍ତ ପ୍ରବୀଣ ଧରୁଆଙ୍କୁ ଗିରଫ କରିଛି ସ୍ଥାନୀୟ ପୋଲିସ । ପ୍ରବୀଣର ଘର ଲଇକେରା ବ୍ଲକ ଅନ୍ତର୍ଗତ କୁଅଁରମାଲରେ। ଗତକାଲି ଧ୍ରୁବରାଜ ନାୟକଙ୍କୁ ନୃଶଂସ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରିଥିଲା ପ୍ରବୀଣ।

Sambalpur University Vice Chancellor

ସୂଚନା ଅନୁସାରେ, ଗତକାଲି ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ଏହି ଘଟଣା ଘଟିଥିଲା। ମୃତ ଧ୍ରୁବରାଜଙ୍କ ଭାଇ ଅର୍ଜୁନ ନାୟକ କହିଥିଲେ ଯେ, ଜଣେ ବ୍ୟକ୍ତି ଘର ଭିତରକୁ ପଶି ଆସିଥିଲା। ସେତେବେଳେ ଘରେ ଭାଇ ନଥିଲେ। କେବଳ ଆମ ବୋହୂ ଓ ଝିଆରୀ ଘରେ ଥିଲେ। ଉକ୍ତ ବ୍ୟକ୍ତି ବେଡ୍‌ ରୁମ୍‌କୁ ପଶିଯାଇ ଶହେ ଟଙ୍କା ମାଗିଥିଲା। ଟଙ୍କା ନାହିଁ ପରେ ଆସିବୁ ବୋଲି ସେମାନେ ତାକୁ କହିଥିଲେ। ଏହା ଭିତରେ ଭାଇ ପହଞ୍ଚିଥିଲେ ଓ ଟାଙ୍ଗିଆ ଧରି କାହିଁକି ଘର ଭିତରକୁ ଆସିଛୁ ବୋଲି ତାକୁ ପଚାରି ଥିଲେ। ଏହା ପରେ ସେ ଭାଇଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲା।

ଗୁରୁତର ଅବସ୍ଥାରେ ପ୍ରଫେସର ନାୟକଙ୍କୁ ଝାରସୁଗୁଡ଼ାର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ପରେ ଫେରାର ହୋଇଯାଇଥିବା ଅଭିଯୁକ୍ତ ପ୍ରବୀଣକୁ ଲଇକେରା ଥାନା ପୋଲିସ୍ ଗତକାଲି ହିଁ ଧରିଥିଲା। ତେବେ ତାକୁ ଥାନାରେ ଅଟକ ରଖି ପୋଲିସ୍‌ ପଚରାଉଚରା କରୁଥିବା ବେଳେ ଶେଷରେ ଗିରଫ କରିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+