ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଗୋପାଳ ଦାସଙ୍କ ଭଡା ଘରେ କ୍ରାଇମବ୍ରାଞ୍ଚ ଟିମ୍

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଗୋଟିଏ ପରେ ଗୋଟିଏ ନୂଆ ଦିଗ ସାମ୍ନାକୁ ଆସୁଛି । ଆଜି କ୍ରାଇମବ୍ରାଞ୍ଚ ଟିମ୍ ଗୋପାଳ ଦାସଙ୍କ ଭଡା ଘରେ ପହଞ୍ଚିଛି ।

Naba Das Murder Case

ଝାରସୁଗୁଡ଼ା: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଗୋଟିଏ ପରେ ଗୋଟିଏ ନୂଆ ଦିଗ ସାମ୍ନାକୁ ଆସୁଛି । ଆଜି କ୍ରାଇମବ୍ରାଞ୍ଚ ଟିମ୍ ଗୋପାଳ ଦାସଙ୍କ ଭଡା ଘରେ ପହଞ୍ଚିଛି । ଝାରସୁଗୁଡା ସ୍ଥିତ ଭଡା ଘରେ ଛାନଭିନ୍ ଜାରି ରହିଛି । ଭଡ଼ା ଘରୁ କ୍ରାଇମବ୍ରାଞ୍ଚକୁ ମନ୍ତ୍ରୀଙ୍କ ହତ୍ୟା ସମ୍ବନ୍ଧିତ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିପାରେ । ଏହି ତଥ୍ୟ ଆଗକୁ ମନ୍ତ୍ରୀଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାସ କରିବ ବୋଲି ସୂଚନା ମିଳିଛି ।

ଅନ୍ୟପଟେ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସ ମାରିଥିବା ଗୁଳି ଖୋଜି ପାଇଛି ତଦନ୍ତକାରୀ ଟିମ୍ । ଅଭିଯୁକ୍ତ ଗୋପାଳ ଦାସ ନିଜ ସର୍ଭିସ ପିସ୍ତଲରୁ ଯେଉଁ ଗୁଳି ମନ୍ତ୍ରୀଙ୍କୁ ମାରିଥିଲେ ସେହି ଗୁଳି ଜବତ କରିଛି କ୍ରାଇମବ୍ରାଞ୍ଚ ।

ଫାରୋ- ଥ୍ରୀଡି ସ୍କାନର ମାଧ୍ୟମରେ ସାଇଣ୍ଟିଫିକ୍ ଅଫିସର ଓ ବାଲାଷ୍ଟିକ ବିଶେଷଜ୍ଞଙ୍କ ଦ୍ୱାରା ଏହି ଗୁଳିକୁ ଠାବ କରାଯାଇଛି । କ୍ରାଇମବ୍ରାଞ୍ଚ ପାଇଁ ଏହା ଏକ ବଡ ପ୍ରମାଣ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+