ନବ ଦାସ ହତ୍ୟା ମାମଲା: କୋର୍ଟରେ ହାଜର ହେଲା ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସ
ଝାରସୁଗୁଡ଼ା: ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଶୁଣାଣି ଆରମ୍ଭ ହୋଇଛି । ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଆଜି ଅଭିଯୁକ୍ତ ଗୋପାଳ ଦାସକୁ ଚୌଦ୍ୱାର ଜେଲରୁ ଆଣି ଝାରସୁଗୁଡାରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍ ।

ଜେଏମଏଫସିଙ୍କ ଅଦାଲତରେ କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ଚାର୍ଜସିଟ ଅନୁଯାୟୀ ଅଭିଯୁକ୍ତ ଗୋପାଳ ବିରୋଧରେ ଚାର୍ଜଫ୍ରେମ ଶେଷ ହୋଇଛି। ମାମଲାର ସମ୍ବେଦନଶୀଳତାକୁ ଆଖି ଆଗରେ ରଖି କୋର୍ଟ ପରିସରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିଲା। ମାତ୍ର ୧୦ ମିନିଟରେ ଅଭିଯୁକ୍ତ ଗୋପାଳର ଏହି ନ୍ୟାୟିକ ପ୍ରକ୍ରିୟା ଶେଷ ହୋଇଥିବା ବେଳେ ପରବର୍ତ୍ତୀ ସମୟରେ ଶୁଣାଣି ତାରିଖ ଧାର୍ଯ୍ୟ କରାଯିବ ବୋଲି ସୂଚନା ମିଳିଛି।
ସୂଚନାଥାଉ କି, ଜାନୁଆରୀ ୨୯ରେ ନବ ଦାସଙ୍କୁ ହତ୍ୟା କରିଥିଲା ଗୋପାଳ । ବ୍ରଜରାଜନଗର ଗାନ୍ଧି ଛକରେ ପଏଣ୍ଟ ବ୍ଲାଙ୍କରୁ ଫାୟାରିଂ କରିଥିଲା । ଦୁଇ ରାଉଣ୍ଡ ଗୁଳିମାଡ଼ରେ ଟଳି ପଡ଼ିଥିଲେ ନବ ଦାସ । ଘଟଣାସ୍ଥଳରେ ହିଁ ଅଭିଯୁକ୍ତକୁ କାବୁ କରିଥିଲା ପୋଲିସ । ଗୁଜରାଟରେ ପଲିଗ୍ରାଫ ଟେଷ୍ଟ ଓ ନାର୍କୋ ଟେଷ୍ଟ କରାଯିବା ସହ ଅଭିଯୁକ୍ତକୁ ତୁହାକୁ ତୁହା ରିମାଣ୍ଡରେ ନେଇ ପଚରାଉଚରା କରିଛି ତଦନ୍ତକାରୀ ଟିମ୍ । ଏହାରି ଭିତରେ ଘଟଣାକୁ ୫ ମାସ ବିତି ଯାଇଥିଲେ ଗୋପାଳ କାହିଁକି ନବ ଦାସଙ୍କୁ ଗୁଳି କଲା, ଏ ନେଇ କ୍ରାଇମବ୍ରାଞ୍ଚ ମୁହଁ ଖୋଲିନି ।












Click it and Unblock the Notifications