ପ୍ରାଥମିକ ସ୍କୁଲ୍ ଖୋଲିବା ନିଷ୍ପତ୍ତି ସାମୟିକ ଭାବେ ସ୍ଥଗିତ

ବଦଳିଲା ପ୍ରାଥମିକ ସ୍କୁଲ ଖୋଲିବା ନିଷ୍ପତ୍ତି । ସାମୟିକ ଭାବେ ସ୍ଥଗିତ ରହିଲା ପ୍ରାଥମିକ ସ୍କୁଲ ଖୋଲାଯିବା ନିଷ୍ପତ୍ତି । ସରକାରଙ୍କ ପୂର୍ବ ନିର୍ଦ୍ଦେଶ ଅନୁସାରେ ଆସନ୍ତାକାଲି ଠାରୁ ଖୋଲିଥା’ନ୍ତା ପ୍ରାଥମିକ ସ୍କୁଲ୍‌।

ଭୁବନେଶ୍ୱର: ବଦଳିଲା ପ୍ରାଥମିକ ସ୍କୁଲ ଖୋଲିବା ନିଷ୍ପତ୍ତି । ସାମୟିକ ଭାବେ ସ୍ଥଗିତ ରହିଲା ପ୍ରାଥମିକ ସ୍କୁଲ ଖୋଲାଯିବା ନିଷ୍ପତ୍ତି । ସରକାରଙ୍କ ପୂର୍ବ ନିର୍ଦ୍ଦେଶ ଅନୁସାରେ ଆସନ୍ତାକାଲି ଠାରୁ ଖୋଲିଥା'ନ୍ତା ପ୍ରାଥମିକ ସ୍କୁଲ୍‌। ପ୍ରଥମରୁ ପଞ୍ଚମ ଶ୍ରେଣୀ ପିଲା ଯାଇଥା'ନ୍ତେ ସ୍କୁଲ୍‌। କିନ୍ତୁ ଆଜି ଏହି ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

school reopen

ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ପୂର୍ବ ନିର୍ଦ୍ଦେଶ ମୁତାବକ ପାଖାପାଖି ୨୩ ହଜାର ବିଦ୍ୟାଳୟକୁ ଆସନ୍ତାକାଲି ଠାରୁ ଖୋଲିବାକୁ ପ୍ରସ୍ତୁତି କରାଯାଉଥିଲା। ବାକି ୩୦୯୩ ବିଦ୍ୟାଳୟ ଜାନୁଆରୀ ୧୦ ତାରିଖରୁ ଖୋଲିଥା'ନ୍ତା। କିନ୍ତୁ ବର୍ତ୍ତମାନର ସ୍ଥିତିକୁ ଦୃଷ୍ଟିରେ ରଖି ସାମୟିକ ଭାବେ ଏହି ନିଷ୍ପତ୍ତିକୁ ସ୍ଥଗିତ କରାଯାଇଛି। ବିଶେଷ କରି ଗତ ଦୁଇ ଦିନରେ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ହୋଇଛି। ଏଭଳି ସମୟରେ ପିଲାମାନଙ୍କ ବୃହତ୍ତର ସ୍ୱାସ୍ଥ୍ୟଗତ ହିତକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ବଦଳିଥିବା ବିଭାଗ ପକ୍ଷରୁ କୁହାଯାଇଛି।

କିନ୍ତୁ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ପୂୂର୍ବଭଳି ଜାରି ରହିବ । ଆସନ୍ତା ଜାନୁଆରୀ ୫ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ଦଶମ ଶ୍ରେଣୀର ପିଲାଙ୍କ ସମେଟିଭ୍-୧ ପରୀକ୍ଷା ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ଗତ ଦୁଇ ତିନି ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି। ସଂକ୍ରମଣ ସଂଖ୍ୟା ଦ୍ୱିଗୁଣିତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ଓ ନୋଡାଲ ଅଫିସର ମାନଙ୍କ ରିପୋର୍ଟକୁ ଭିତ୍ତି କରି ସାମୟିକ ଭାବେ ପ୍ରାଥମିକ ସ୍କୁଲ୍ ଖୋଲିବା ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଛି।

ସେ କହିଛନ୍ତି ଯେ ଇତିମଧ୍ୟରେ ନୋଡାଲ ଅଫିସର ମାନେ କ୍ଷେତ୍ର ପରିଦର୍ଶନ କରି ସ୍ଥିତି ପରଖି ଥିଲେ। ପିଲାମାନଙ୍କ ଅଭିଭାବକମାନଙ୍କ ସହିତ ଆଲୋଚନା କରି ସେମାନଙ୍କ ମତାମତ ଆଣିଥିଲେ। ସ୍କୁଲ୍ ଖୋଲିବା ନେଇ କେହି କେହି ଅଭିଭାବକ ଅସନ୍ତୁଷ୍ଟ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+