ରାତି ଅଧରେ ରାଜଧାନୀରେ ଫୁଟିଲା ଗୁଳି, କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳ ଆହତ
ଭୁବନେଶ୍ୱର: 2023 ବର୍ଷ ସରି ଆସିବା ବେଳକୁ କମିଶନରେଟ୍ ପୋଲିସ୍ କୁ ମିଳିଛି ବଡ଼ ସଫଳତା । ପୋଲିସ୍ ହାତରେ ଲାଗିଛି କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳ । ରାକତି ଅଧରେ ଗୋଡ଼ାଇ ଗୋଡ଼ାଇ ଏନକାଉଣ୍ଟର କରିଛି ପୋଲିସ୍ ।
ତା'ର ବାମ ଗୋଡରେ ଗୁଳି ବାଜିଛି । ତା' ନିକଟରୁ 7.5 mm ର ଏକ ପିସ୍ତଲ ଜବତ ହୋଇଛି । ଆହତ ଅବସ୍ଥାରେ ରଘୁକୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । କୁଖ୍ୟାତ ରବି ରାଓ ଗ୍ୟାଙ୍ଗର ସଦସ୍ୟ ହେଉଛି ରଘୁ । ରଘୁ ନାମରେ ବିଭିନ୍ନ ଥାନାରେ 15 ଥାନାରେ ଡକାୟତି ସହ ରାହାଜାନୀ ମାମଲା ରହିଛି ।

ବୁଧବାର ବିଳମ୍ବିତ ରାତିରେ ମଞ୍ଚେଶ୍ଵର୍ ଥାନା ପୋଲିସ ଓ ସ୍ପେସାଲ୍ ସ୍କ୍ୱାର୍ଡ ମିଳିତ ଭାବେ ପାଟ୍ରୋଲିଂ କରୁଥିବା ବେଳେ ରଘୁ ଓ ତାହାର ସାଙ୍ଗ ପୁନିଆ ନାୟକ ଏକ କେଟିଏମ୍ ବାଇକରେ ଭୁବନେଶ୍ୱର ବାଲିଯାତ୍ରା ପଡିଆ ରାସ୍ତା ଦେଇ ଯାଉଥିଲେ । ଏହି ସମୟରେ ଏମାନଙ୍କୁ ପୋଲିସ ଅଟକାଇବା ରୁ ହଠାତ୍ ରଘୁ ନିଜ ମାଉଜର ବାହାର କରି ପୋଲିସ ଉପରକୁ ଗୁଳି ଚଳାଇଥିଲା । 3 ରାଉଣ୍ଡ ଗୁଳି ମାଡ କରିବା ପରେ ପୋଲିସ ପକ୍ଷରୁ ପାଲଟା ଗୁଳି ଚଲାଯାଇଥିଲା । ରଘୁର ବାମ ଗୋଡ଼ରେ ଗୁଳି ବାଜିଥିବା ବେଳେ ଘଟଣା ସ୍ଥଳରେ ପଡ଼ି ଯାଇଥିଲା । ପୁନିଆ ଫେରାର ହୋଇଯାଇଥିଲା । ପୋଲିସ ରଘୁକୁ କାବୁ କରିଥିବା ବେଳେ ତା ନିକଟରୁ 7.5 mm ର ଏକ ପିସ୍ତଲ ଜବତ କରିଛି । ଆହତ ଅବସ୍ଥାରେ ରଘୁକୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।
ଏନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ କହିଛନ୍ତି, ରାତି ପ୍ରାୟ 3 ଟା ବେଳେ ମଞ୍ଚେଶ୍ୱର ପୋଲିସ୍କୁ ଖବର ଆସିଲା ବାଲିଯାତ୍ରା ପଡ଼ିଆ ରାସ୍ତା ଦେଇ ଲୋକେ ଯିବା ବାଟରେ ଦୁଇ ଯୁବକ ସେମାନଙ୍କୁ ଅଟକାଉଛନ୍ତି । ଖବର ପାଇ ମଞ୍ଚେଶ୍ୱର ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଥିଲା । ପୁଲିସ୍ ସେମାନଙ୍କ ନିକଟକୁ ଯିବାରୁ ସେମାନେ ବାଇକ୍ରେ ଫେରାର ହେବାକୁ ଚେଷ୍ଟା କରିଥିଲେ । ମାତ୍ର ପୁଲିସ୍ ଚାରିପଟୁ ଘେରି ଦେବାରୁ ସେମାନେ ପୁଲିସ୍ ଉପରକୁ ଗୁଳି ଚାଳନା କରିଥିଲେ । ଏହାପରେ ପୁଲିସ୍ ପାଲଟା ଗୁଳି ଚାଳନା କରିବାରୁ ରଘୁ ବିଶ୍ୱାଳ ଗୋଡ଼ରେ ବାଜିଥିଲା ।
ଘଟଣାସ୍ଥଳରୁ ଅଭିଯୁକ୍ତ ପୁନିଆ ଫେରାର ହୋଇ ଯାଇଛନ୍ତି । ପୁନିଆ ଓ ରଘୁର ଅନ୍ୟ ସହଯୋଗୀଙ୍କୁ ଖୋଜିବାକୁ ମଞ୍ଚେଶ୍ୱର ଥାନା ପୋଲିସ୍ ଓ ସ୍ପେଶାଲ ଫୋର୍ସ ବିଭିନ୍ନ ଆଡ଼େ ଚଢ଼ାଉ ଜାରି ରଖିଛନ୍ତି । ଖୁବ୍ ଶୀଘ୍ର ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି କହିଛନ୍ତି ଡିସିପି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications