ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ୍ ଟେଷ୍ଟ; ଗୁଜରାଟ ଗାନ୍ଧିନଗର ନେବ କ୍ରାଇମବ୍ରାଞ୍ଚ
ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା। ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ୍ ଟେଷ୍ଟ । ପଲିଗ୍ରାଫ ଟେଷ୍ଟ ପାଇଁ କ୍ରାଇମବ୍ରାଞ୍ଚକୁ ଅନୁମତି ଦେଲେ SDJM କୋର୍ଟ । ଦୀନକୃଷ୍ଣଙ୍କୁ ଗୁଜରାଟ ଗାନ୍ଧିନଗର ନେବ କ୍ରାଇମବ୍ରାଞ୍ଚ। ପଲିଗ୍ରାଫ୍ ଟେଷ୍ଟ ପାଇଁ କ୍ରାଇମବ୍ରାଞ୍ଚ ଆବେଦନ କରିଥିଲା।

ଦୀନକୃଷ୍ଣ ବିରୋଧରେ ଆସିଥିବା ସଙ୍ଗୀନ ଅଭିଯୋଗ କେତେ ସତ କେତେ ମିଛ ପଲିଗ୍ରାଫ ଟେଷ୍ଟ ପରେ ସବୁ ପ୍ରମାଣିତ ହେବ ବୋଲି ଜଣାଯାଇଛି ।
ଦୀନକୃଷ୍ଣଙ୍କର ପଲିଗ୍ରାଫ ଟେଷ୍ଟ ପାଇଁ କୋର୍ଟରେ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ । ଦୀନକୃଷ୍ଣ ଟେଷ୍ଟ ପାଇଁ ସହମତି ପ୍ରକାଶ କରିବା ପରେ ଆଜି ତାଙ୍କୁ ଭୁବନେଶ୍ୱର SDJM କୋର୍ଟରେ ହାଜର କରାଯାଇଛି ।
ଗତ ୧୫ ତାରିଖ ରାତିରେ ଭାରତୀୟ ସେନାର ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ପୁଲିସ ମାଡ଼ ମାରିବା ସହ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ଆଇଆଇସି ସମେତ ୫ ଜଣଙ୍କୁ ନିଲମ୍ବିତ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମାମଲାରେ ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିବା ବେଳେ କ୍ରାଇମବ୍ରାଞ୍ଚ ଏହି ଘଟଣାର ତଦନ୍ତ କରୁଛି।












Click it and Unblock the Notifications