ବାପା ପରେ ପରେ ଚାଲିଗଲା ସାରା ପରିବାର...
ବରଗଡ଼: ବାପା ପରେ ପରେ ଚାଲିଗଲା ସାରା ପରିବାର । ଗୋଟିଏ ପରିବାରର ତିନି ଜଣ ବିଷ ପିଇ ଆତ୍ମହତ୍ୟା କରିଛନ୍ତି । ମା ସମେତ ଭାଇ ଭଉଣୀଙ୍କ ମୃତ୍ୟୁ ହୋଇଛି । ବରଗଡ଼ ଜିଲ୍ଲା ସୋହେଲାରୁ ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ।

ଗତକାଲି ଗୋଟିଏ ପରିବାରର ତିନି ଜଣ ବିଷ ପିଇ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ । ସେମାନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଗୁରୁତର ଅବସ୍ଥାରେ ପ୍ରଥମେ ଭାଇଭଉଣୀଙ୍କ ମୃତ୍ୟୁ ହୋଇଥିଲା । ଏହା ପରେ ପରେ ଚିକିତ୍ସାଧିନ ଅବସ୍ଥାରେ ଆଜି ମା'ଙ୍କର ମୃତ୍ୟୁ ହୋଇଛି ।
ମିଳିଥିବା ସୂଚନା ଅନୁସାରେ, ବିଷ ପିଇ ଘରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଏହି ସମୟରେ ଲୋକ ଚିତ୍କାର ଶୁଣି ସମସ୍ତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଅଭିଯୋଗ ଅନୁସାରେ 4ଦିନ ତଳେ ଅର୍ଜୁନ ସାହୁଙ୍କର ଅକାଳ ମୃତ୍ୟୁ ହୋଇଥିଲା । ପରେ ପୁଅ ଓ ଝିଅଙ୍କ ସହିତ ମାଆ ମାନସିକ ଅବସାଦରେ ରହୁଥିଲେ । ମାନସିକ ଅବସାଦରୁ ସମସ୍ତେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।
ସୂଚନା ଅନୁସାରେ, ମାଷ୍ଟର୍ ପଡାର ସ୍ୱର୍ଗତ ଅର୍ଜୁନ ସାହୁଙ୍କ ସ୍ତ୍ରୀ କୁମୋଦିନୀ ସାହୁ, ପୁଅ ବଂଶୀଧର ସାହୁ ଓ ଝିଅ ସୁବର୍ଣ୍ଣ ମହାଜନ ଘର କବାଟ ବନ୍ଦ କରି ବିଷ ପିଇ ଘରେ ଶୋଇ ପଡ଼ିଥିଲେ । ଆଜି ଦିନ 11 ଟାରେ ସେମାନେ ଏପରି ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି । କୌଣସି ସୂତ୍ରରୁ ପାଖ ପଡୋଶୀ ଖବର ପାଇବା ପରେ ପୋଲିସକୁ ସୂଚନା ଦେଇଥିଲେ । ତୁରନ୍ତ ପୋଲିସ ଘଟଣାସ୍ଥଳରେ ପହଞ୍ଚି କବାଟ ଭାଙ୍ଗି ସମସ୍ତଙ୍କୁ ଉଦ୍ଧାର କରି ସୋହେଲା ହସ୍ପିଟାଲରେ ଭର୍ତ୍ତି କରିଥିଲା ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications