କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ୨ ଅଭିଯୁକ୍ତ ଗିରଫ
କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ଚାନ୍ଦବାଲି ପୋଲିସ ଆଉ ୨ ଜଣଙ୍କୁ ଅଟକ ରଖିଥିବା ଜଣାପଡ଼ିଛି । ଜଣେ ହେଲେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ନିରଞ୍ଜନ ସେଠୀ । ସେହିପରି ଅନ୍ୟଜଣେ ହେଉଛି ଭୁବନେଶ୍ୱର ରାଜ କମ୍ୟୁନିକେସନର ମୁଖ୍ୟ ।
ଭୁବନେଶ୍ୱର: କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ଚାନ୍ଦବାଲି ପୋଲିସ ଆଉ ୨ ଜଣଙ୍କୁ ଅଟକ ରଖିଥିବା ଜଣାପଡ଼ିଛି । ଜଣେ ହେଲେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ନିରଞ୍ଜନ ସେଠୀ । ସେହିପରି ଅନ୍ୟଜଣେ ହେଉଛି ଭୁବନେଶ୍ୱର ରାଜ କମ୍ୟୁନିକେସନର ମୁଖ୍ୟ ।

ଫେବ୍ରୁଆରୀ ୭ ତାରିଖରେ ମାନସକୁ ଚାନ୍ଦବାଲିରୁ ଅପହରଣ କରାଯାଇଥିଲା । ମାର୍ଚ୍ଚ ୮ରେ ଅପହରଣରେ ବ୍ୟବହୃତ ଗାଡିକୁ ଜବତ କରାଯାଇଥିଲା । ଡ୍ରାଇଭର ଓ ୨ ଜଣଙ୍କୁ ଗିରଫ କରିଥିଲା ପୋଲିସ ।
ହେଲେ ହତ୍ୟାକାଣ୍ଡର ମୁଖ୍ୟ ଷଡଯନ୍ତ୍ରକାରୀ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କୁ ପୋଲିସ ଗିରଫ କରିଛି କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ ।












Click it and Unblock the Notifications