ରାଜ୍ୟର ଦୁଇଟି ସ୍ଥାନରେ ଭିଜିଲାନ୍ସ ରେଡ, ଆୟ ବର୍ହିଭୂତ ସମ୍ପତ୍ତି ଜବତ୍

ଆଜି ରାଜ୍ୟରେ ଦୁଇଟି ଜିଲ୍ଲାରେ ଭିଜିଲାନ୍ସ ରେଡ ପଡିଛି। ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲ୍ଲା କୁଳିଅଣା ବ୍ଲକର ସହକାରୀ ଯନ୍ତ୍ରୀ ଧରିଆ ମାଝୀ ପଡିଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରାଯାଇଛି।

ଭୁବନେଶ୍ୱର: ଆଜି ରାଜ୍ୟରେ ଦୁଇଟି ଜିଲ୍ଲାରେ ଭିଜିଲାନ୍ସ ରେଡ ପଡିଛି। ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲ୍ଲା କୁଳିଅଣା ବ୍ଲକର ସହକାରୀ ଯନ୍ତ୍ରୀ ଧରିଆ ମାଝୀ ପଡିଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରାଯାଇଛି। ପାଞ୍ଚଟି ଜାଗାରେ ଚଢାଇ କରାଯାଇଛି।
କୁଳିଅଣା ଅଫିସ, ବାରିପଦାର କାଳିକାପୁର ବାସଭବନ, କୋଷ୍ଠାଠାରେ ଥିବା ମାର୍କେଟ କମ୍ପ୍ଲେକ୍ସ, ଶୁଳିଆପଦାର ବଡଶୁକ୍ରୁଳିଆ ଖୋଲଠାରେ ଥିବା ପୈତୃକ ଘର ଏବଂ ବଡ଼ସାହିର ଧନଶୁଳା ଗ୍ରାମରେ ଥିବା ଶ୍ୱଶୁର ଘର ଉପରେ ଏକ ସାଙ୍ଗରେ ଚଢାଉ ହୋଇଛି।

Vigilance raid

ସେହିପରି ଆୟର ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗ ରେ ଭବାନୀପାଟଣା ପଲିଟେକନିକ୍ ଇଞ୍ଜିନିୟରିଂ ସ୍କୁଲର ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଝାରସୁଗୁଡ଼ା ବାସଭବନ ସମେତ ୬ ଟି ସ୍ଥାନରେ ଏକା ସାଙ୍ଗରେ ଭିଜିଲାନ୍ସର ଚଢ଼ାଉ। ଝାରସୁଗୁଡ଼ା ଏଲ ଏନ୍ କଲେଜ ପାଖ ବାସଭବନ ସମେତ ଆଉ ଏକ ଘର,ସୁନ୍ଦରଗଡ଼ ରେ ତାଙ୍କ ସ୍ତ୍ରୀ କାର୍ଯ୍ୟ କରୁଥିବା MI ଅଫିସ୍, କେନ୍ଦ୍ରାପଡ଼ା ବାସଭବନ, ଭବାନୀପାଟଣାରେ ଥିବା ସରକାରୀ ବାସଭବନ ଓ ଭୁବନଶ୍ଵରର ଏକ ଘରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+