Get Updates
Get notified of breaking news, exclusive insights, and must-see stories!

ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ବର୍ତ୍ତମାନର କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ ମାନଙ୍କର ସ୍ବାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ଭୁବନେଶ୍ୱର : ବର୍ତ୍ତମାନର କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ ମାନଙ୍କର ସ୍ବାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

Exam

ତଦନୁଯାୟୀ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା 5 ମେ 2021 ଠାରୁ ଆରମ୍ଭ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । କୋଭିଡ-19 ପରିସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରାଯିବ । ଜୁନ୍‌ 2021 ପ୍ରଥମ ସପ୍ତାହରେ ରାଜ୍ୟ ସରକାର ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା କରାଯିବା ସଂପର୍କରେ ସମୀକ୍ଷା କରିବେ ଏବଂ ଛାତ୍ରଛାତ୍ରୀ ମାନଙ୍କୁ ଉପଯୁକ୍ତ ସମୟ ଦିଆଯାଇ ପରୀକ୍ଷା କରାଯିବା ପାଇଁ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ।

ସେହିପରି ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା 3 ମେ 2021ରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । ମହାମାରୀ ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

2020-21 ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ବାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ । ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡିବ ନାହିଁ । ବର୍ତ୍ତମାନ 2020-21 ଶିକ୍ଷାବର୍ଷର ଦଶମ ଓ ଦ୍ବାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା 19 ତାରିଖରୁ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ ।

ଏହି ନିଷ୍ପତ୍ତି ଓଡିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ତଥା ଘରୋଇ ବିଦ୍ୟାଳୟ କ୍ଷେତ୍ରରେ ଲାଗୁ ହେବ । ସେହିପରି CBSE ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟ ସହ ସହବନ୍ଧିତ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ନିମନ୍ତେ 14 ଅପ୍ରେଲ 2021 ରୁ CBSE ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶ କାର୍ଯ୍ୟକାରୀ ହେବ । ଆସନ୍ତା 19 ତାରିଖ ଠାରୁ ଠାରୁ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ସ୍କୁଲ ଓ ସେମାନଙ୍କ ଦ୍ବାରା ପରିଚାଳିତ ହଷ୍ଟେଲ ଗୁଡିକ ମଧ୍ୟ ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଆସନ୍ତା ୧୯ ତାରିଖ ସୋମବାର ଠାରୁ ସବୁ ସ୍କୁଲ ଓ ହଷ୍ଟେଲ ବନ୍ଦ ରହିବ

ଭୁବନେଶ୍ୱର : ବର୍ତ୍ତମାନର କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ ମାନଙ୍କର ସ୍ବାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ତଦନୁଯାୟୀ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା 5 ମେ 2021 ଠାରୁ ଆରମ୍ଭ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । କୋଭିଡ-19 ପରିସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରାଯିବ । ଜୁନ୍‌ 2021 ପ୍ରଥମ ସପ୍ତାହରେ ରାଜ୍ୟ ସରକାର ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା କରାଯିବା ସଂପର୍କରେ ସମୀକ୍ଷା କରିବେ ଏବଂ ଛାତ୍ରଛାତ୍ରୀ ମାନଙ୍କୁ ଉପଯୁକ୍ତ ସମୟ ଦିଆଯାଇ ପରୀକ୍ଷା କରାଯିବା ପାଇଁ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ।

ସେହିପରି ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା 3 ମେ 2021ରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । ମହାମାରୀ ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

2020-21 ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ବାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ । ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡିବ ନାହିଁ । ବର୍ତ୍ତମାନ 2020-21 ଶିକ୍ଷାବର୍ଷର ଦଶମ ଓ ଦ୍ବାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା 19 ତାରିଖରୁ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ ।

ଏହି ନିଷ୍ପତ୍ତି ଓଡିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ତଥା ଘରୋଇ ବିଦ୍ୟାଳୟ କ୍ଷେତ୍ରରେ ଲାଗୁ ହେବ । ସେହିପରି CBSE ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟ ସହ ସହବନ୍ଧିତ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ନିମନ୍ତେ 14 ଅପ୍ରେଲ 2021 ରୁ CBSE ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶ କାର୍ଯ୍ୟକାରୀ ହେବ । ଆସନ୍ତା 19 ତାରିଖ ଠାରୁ ଠାରୁ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ସ୍କୁଲ ଓ ସେମାନଙ୍କ ଦ୍ବାରା ପରିଚାଳିତ ହଷ୍ଟେଲ ଗୁଡିକ ମଧ୍ୟ ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+