ପୁଣି ହେବ ଅନଲାଇନ ପାଠପଢା, ୧୯ରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ
ଆସନ୍ତା ୧୯ ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଛାତ୍ରଛାତ୍ରୀମାନଙ୍କ ପଢିବା ପାଇଁ ଅନଲାଇନ୍ କ୍ଲାସ୍ ଆରମ୍ଭ ହେବା ।
ଭୁବନେଶ୍ବର: ପୁଣି ହେବ ଅନଲାଇନ ପାଠପଢା । ଆସନ୍ତା ୧୯ ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଛାତ୍ରଛାତ୍ରୀମାନଙ୍କ ପଢିବା ପାଇଁ ଅନଲାଇନ୍ କ୍ଲାସ୍ ଆରମ୍ଭ ହେବା । ଉଚ୍ଚ ଶିକ୍ଷା ବିଭାଗ ଅଧିନରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ମଧ୍ୟ ବାତିଲ କରାଯାଇଛି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁ ।

ଏହା ସହିତ ଏପ୍ରିଲ ୧୯ ତାରିଖ ସୁଦ୍ଧା ହଷ୍ଟେଲ ଖାଲି କରିବାକୁ ଛାତ୍ରଛାତ୍ରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପକ ଭାବେ ବୃଦ୍ଧି ପାଉଥିବାରୁ ଏଭଳି ପଦକ୍ଷେପ ନେଇଛି ଉଚ୍ଚ ଶିକ୍ଷା ବିଭାଗ । ଛାତ୍ରଛାତ୍ରୀ ରହୁଥିବା ହଷ୍ଟେଲଗୁଡିକ ମଧ୍ୟ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଗାମୀ ପଦକ୍ଷେପ ଗ୍ରହଣ କରାଯିବ । କେବେ କ୍ଲାସ୍ ଆରମ୍ଭ ହେବ ଏବଂ ହେବାକୁ ଥିବା ପରୀକ୍ଷା କେବେ ହେବ ସେ ନେଇ ନିଷ୍ପତ୍ତି ନେବେ ଉଚ୍ଚ ଶିକ୍ଷା ବିଭାଗ ।
ସେହିପରି ୧୯ ତାରିଖରୁ ମଧ୍ୟ ରାଜ୍ୟର ସମସ୍ତ ସ୍ପୋର୍ଟ୍ସ ହଷ୍ଟେଲ ବନ୍ଦ କରିବାକୁ ଘୋଷଣା କରାଯାଇଛି । କ୍ରୀଡାବିତମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏଭଳି ପଦକ୍ଷେପ ନେଇଛି ରାଜ୍ୟ କ୍ରୀଡା ବିଭାଗ ।












Click it and Unblock the Notifications