ଆଜିଠୁ ରାଜ୍ୟ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ସ୍କୁଲ ଆସିବେ କି ନାହିଁ ଦ୍ୱନ୍ଦ୍ୱରେ ଶିକ୍ଷକ ଓ ଶିକ୍ଷୟତ୍ରୀ
ଆଜିରୁ ରାଜ୍ୟରେ ସମସ୍ତ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଥି । ସ୍କୁଲରେ ବନ୍ଦ ରହିବ କ୍ଲାସରୁମ ପାଠପଢ଼ା ।
ଭୁବନେଶ୍ବର: ଆଜିରୁ ରାଜ୍ୟରେ ସମସ୍ତ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଥି । ସ୍କୁଲରେ ବନ୍ଦ ରହିବ କ୍ଲାସରୁମ ପାଠପଢ଼ା । କରୋନା ସଂକ୍ରମଣ ଯୋଗୁଁ ଏପ୍ରିଲ ୧୯ରୁ ଶିକ୍ଷାନୁଷ୍ଠାନ ବନ୍ଦ ଲାଗି ଏସଆରସି ନିର୍ଦ୍ଦେଶାଳବଳୀ ଜାରି କରିଛନ୍ତି ।

ତେବେ ଶିକ୍ଷକ ଶିକ୍ଷୟତ୍ରୀ ଆସିବେ କି ନାହିଁ ସେ ସମ୍ପର୍କରେ ସୂଚନା ଦିଆଯାଇ ନାହିଁ । ଶିକ୍ଷାନୁଷ୍ଠାନ ସମ୍ପର୍କରେ ସବିଶେଷ ଗାଇଡଲାଇନ ସମ୍ପୃକ୍ତ ବିଭାଗ ଜାରି କରିବ ବୋଲି ଏସଆରସି ସ୍ପଷ୍ଟ କରିଥିଲେ । ଯାହାକୁ ଆଧାର କରି ଉଚ୍ଚଶିକ୍ଷା ବିଭାଗ, ବୈଷୟିକ ଶିକ୍ଷା ବିଭାଗ ସ୍ୱତନ୍ତ୍ର ଗାଇଡ୍ଲାଇନ ଜାରି କରିସାରିଛି । ମାତ୍ର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ କରିନାହିଁ । ଯେଉଁଥି ପାଇଁ ରାଜ୍ୟର ଲକ୍ଷାଧିକ ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମଚାରୀ ଏବେ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି ।
Examinations and physical classes in universities and colleges coming under Higher Education Department are suspended from 19th April.
— ଉଚ୍ଚଶିକ୍ଷା ବିଭାଗ, ଓଡିଶା ସରକାର 🇮🇳 (@DHE_Odisha) April 16, 2021
ସେହିଭଳି ଆଜିଠୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ ପାଠପଢ଼ା ବନ୍ଦ । ସବୁ କ୍ଲାସ୍ ଓ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ବଢୁଥିବା ସଂକ୍ରମଣକୁ ଆଖି ଆଗରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଅଫଲାଇନ୍ ପରୀକ୍ଷା ଓ କ୍ଲାସ୍ ମଧ୍ୟ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ରହିଛି । ସେହିଭଳି ଆଜିଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଓ ହଷ୍ଟେଲ୍ ମଧ୍ୟ ବନ୍ଦ ହେଉଛି ।
ପାଠ୍ୟକ୍ରମ ସାରିବା ପାଇଁ ଅନଲାଇନରେ କ୍ଲାସ୍ କରିବାକୁ ନିର୍ଦ୍ଦେଶ ରହିଛି । ଠିକ୍ ସମୟରେ ଯେପରି ପାଠ୍ୟକ୍ରମ ସରିବ ଧ୍ୟାନ ଦିଆଯିବ । କୁଳପତି ଓ ଅଧ୍ୟକ୍ଷଙ୍କ ପରାମର୍ଶ ପରେ ସଂଶୋଧିତ ପରୀକ୍ଷା ସୂଚୀ ବାହାରିବ । ଏହା ସହିତ ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ଉଚ୍ଚ ଶିକ୍ଷାନୁଷ୍ଠାନ ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications