ଭିମସାର ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ, ୭୪ରେ ପହଞ୍ଚିଲା ମୋଟ ସଂଖ୍ୟା
ବୁର୍ଲା ଭିମସାରରେ କରୋନା ସଂକ୍ରମଣରେ ଲାଗୁନି ବ୍ରେକ। ଗତକାଲିର ସ୍ୱାବ୍ ପରୀକ୍ଷଣରୁ ଆଉ ୧୦ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ ୭୪ରେ ପହଞ୍ଚିଛି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କରୋନା ସଂକ୍ରମଣ ନେଇ ଘାରିଛି ଚିନ୍ତା ।
ସମ୍ବଲପୁର: ବୁର୍ଲା ଭିମସାରରେ କରୋନା ସଂକ୍ରମଣରେ ଲାଗୁନି ବ୍ରେକ। ଗତକାଲିର ସ୍ୱାବ୍ ପରୀକ୍ଷଣରୁ ଆଉ ୧୦ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ ୭୪ରେ ପହଞ୍ଚିଛି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କରୋନା ସଂକ୍ରମଣ ନେଇ ଘାରିଛି ଚିନ୍ତା ।

ଖବର ଅନୁଯାୟୀ, କିଛିଦିନ ତଳେ ବୁର୍ଲା ସ୍ଥିତ ଭୀମସାରୁ ୫୦ ରୁ ଅଧିକ ଛାତ୍ରଛାତ୍ରୀ କରୋନାରେ ସଂକ୍ରମିତ ହୋଇଥିଲା । ଏହାପରେ ବିଶ୍ୱବିଦ୍ୟାଳୟ ଅଧିକାଂଶ ଛାତ୍ରଛାତ୍ରୀ ଓ କର୍ତ୍ତୃପକ୍ଷଙ୍କର କରୋନା ଟେଷ୍ଟ କରାଯାଇଥିଲା । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କୁ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଏକ ଆଇସୋଲେସନରେ ରଖାଯାଇଥିଲା । ସମସ୍ତଙ୍କର ନିୟମିତ ଭାବେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଉଥିଲା ।
ତେବେ କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ଭୀମ୍ସାରୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୪ରେ ପହଞ୍ଚିଛି ।
ସୂଚନାଯୋଗ୍ୟ, ଭିମସାରରେ କିଛି ଡାକ୍ତରୀ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ୯ଟି ହଷ୍ଟେଲ ସମେତ ଷ୍ଟାଫଙ୍କ ସରକାରୀ ଘରଗୁଡ଼ିକୁ ଯଥାକ୍ରମେ ମାଇକ୍ରୋ କଣ୍ଟେନମେଣ୍ଟ ଓ ବଫର ଜୋନ୍ ଭାବେ ଘୋଷଣା କରିଥିଲା ଜିଲ୍ଲା ପ୍ରଶାସନ। ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ବୁର୍ଲା ସହରର ୬ ନମ୍ବର ଓ୍ୱାର୍ଡରେ ଥିବା ୫ଟି ହଷ୍ଟେଲକୁ ମାଇକ୍ରୋ କଣ୍ଟେନମେଣ୍ଟ ଭାବେ ଘୋଷଣା କରାଯାଇଥିଲା। ସେହିପରି ସେହି ଅଞ୍ଚଳରେ ଥିବା ଅନ୍ୟ ୪ଟି ହଷ୍ଟେଲ ସମେତ ପାଖରେ ଥିବା ଷ୍ଟାଫ୍ମାନଙ୍କ ସରକାରୀ ଘରଗୁଡ଼ିକୁ ବଫର ଜୋନ୍ ଭାବେ ଘୋଷଣା କରାଯାଇଥିଲା।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications