ଯୁକ୍ତ ଦୁଇ ନାମଲେଖା ପାଇଁ ଅଗଷ୍ଟ 16ରୁ ଆବେଦନ ପ୍ରକ୍ରିୟା ଆରମ୍ଭ
ଆସନ୍ତା ଅଗଷ୍ଟ 14ରୁ 16 ଭିତରେ ଯୁକ୍ତ ଦୁଇ ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମାର ରଞ୍ଜନ ଦାଶ ।
ଭୁବନେଶ୍ବର : ଆସନ୍ତା ଅଗଷ୍ଟ 14ରୁ 16 ଭିତରେ ଯୁକ୍ତ ଦୁଇ ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମାର ରଞ୍ଜନ ଦାଶ । ଗତ ବର୍ଷ ଅଗଷ୍ଟ 21ରେ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଚଳିତ ବର୍ଷ ଏହାର ସପ୍ତାହ ପୂର୍ବରୁ ଆରମ୍ଭ ହେବ । ଏଥର 55ହଜାରରୁ ଅଧିକ ସିଟ ବୃଦ୍ଧି ପାଇଁ ଆବେଦନ ହୋଇଛି । ତେବେ ବିଜ୍ଞାନ ପାଇଁ ଲାବୋରେଟୋରୀ ସମସ୍ୟା ହୋଇପାରେ । ତେଣୁ ଏ ସବୁର ଭିତ୍ତିଭୂମି ଯାଞ୍ଚ ଚାଲିଛି । ଗତକାଲି ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏ ନେଇ ବୈଠକ ବସିଥିଲା । ସେଲ୍ଫ ଫାଇନାନ୍ସିଂ କଲେଜର ଅଧିକ ଯାଞ୍ଚ ହେଉଛି । ସେମାନେ ଲାବୋରେଟୋରୀ ସୁବିଧା କେତେ ଯୋଗାଇ ପାରିବେ, ତାହାର ଅନୁଧ୍ୟାନ ଚାଲିଛି । ଆବେଦନ ପୂର୍ବରୁ କେତେ ସିଟ ବଢ଼ିଲା, SAMS websiteରେ ତଥ୍ୟ ଉପଲବ୍ଧ ହେବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

ଏହା ସହିତ ଏଥର ଅଫଲାଇନରେ ମାଟ୍ରିକ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ଖାତା ଦେଖା ଆସନ୍ତା 12 ତାରିଖରୁ ଆରମ୍ଭ ହେବାକୁ ଯାଉଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ସେହି ପିଲାମାନଙ୍କୁ ମଧ୍ୟ ଯଥେଷ୍ଟ ସୁଯୋଗ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି । ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ ଯେଉଁ ଗାଇଡଲାଇନ ନବମ ଶ୍ରେଣୀ ପାଇଁ ମଧ୍ୟ ସମାନ ଗାଇଲାଇନ ବା ଏସଓପି ଅଛି । ପୂର୍ବ ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ଅଗଷ୍ଟ 16 ତାରିଖରୁ ଆମେ ନବମ ଶ୍ରେଣୀ ଲାଗି ସ୍କୁଲ୍ ଖୋଲିବାକୁ ଯାଉଛୁ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି ।












Click it and Unblock the Notifications