Big Breaking: ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା
ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି ।
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଫେବ୍ରୁଆରୀ ୧୬ରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ଏହା ପର ଦିନ ଅର୍ଥାତ ୧୭ ତାରିଖରୁ ବାଣିଜ୍ୟ ଓ କଳା ପରୀକ୍ଷା ଆରମ୍ଭ ହେବ ।

ଏହାବାଦ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁୟାରୀ ୨ରୁ ୨୦ ତାରିଖ ଯାଏ ଚାଲିବ । ଏନେଇ ପୂର୍ବରୁ କାଉନସିଲ ତରଫରୁ ସୂଚନା ଦିଆଯାଇଛି ।
ସେପଟେ ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା । ମାଟ୍ରିକ ପରୀକ୍ଷା ଆରମ୍ଭ ହେବା ନେଇ ବୋର୍ଡ ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଛି । ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ପରୀକ୍ଷା ହେବ । ମାର୍ଚ୍ଚ ୧୫ରୁ ମାଟ୍ରିକ ଖାତା ଦେଖା ହେବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି ।












Click it and Unblock the Notifications