ଆସନ୍ତାକାଲିଠୁ କାଲିଠୁ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା
ଆସନ୍ତାକାଲିଠାରୁ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା ଆରମ୍ଭ ହେବ । ଚଳିତ ବର୍ଷ 15 ହଜାର 136 ଜଣ ପରୀକ୍ଷା ଦେବେ। ଏଥିପାଇଁ 504 ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ଓ ଉତ୍ତର ଖାତା ପହଞ୍ଚି ସାରିଛି ।
ଭୁବନେଶ୍ୱର: ଆସନ୍ତାକାଲିଠାରୁ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା ଆରମ୍ଭ ହେବ । ଚଳିତ ବର୍ଷ 15 ହଜାର 136 ଜଣ ପରୀକ୍ଷା ଦେବେ। ଏଥିପାଇଁ 504 ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ଓ ଉତ୍ତର ଖାତା ପହଞ୍ଚି ସାରିଛି । ପରୀକ୍ଷା କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ଥର୍ମାଲ ସ୍କ୍ରିନିଂ ପରେ ଭିତରକୁ ପ୍ରବେଶ ଅନୁମତି ଦିଆଯିବ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ସୂଚନାଯୋଗ୍ୟ ଯେ, କରୋନାର ଦ୍ୱିତୀୟ ଲହର ପାଇଁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ବାତିଲ କରିଥିଲେ ସରକାର । ବିକଳ୍ପ ମୂଲ୍ୟାୟନ ସ୍ୱରୂପ ପ୍ରିବୋର୍ଡ ପରୀକ୍ଷା ଆଧାରରେ ପିଲାଙ୍କୁ ମାର୍କ ଦିଆଯାଇଛି । ଯେଉଁମାନେ ପ୍ରି ବୋର୍ଡ ପରୀକ୍ଷା ଆଦୌ ଦେଇ ନ ଥିବେ ସେମାନଙ୍କର ମୂଲ୍ୟାୟନ ନବମ ପରୀକ୍ଷା ଆଧାରରେ କରାଯାଇଥିଲା । ନବମର ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ମାର୍କକୁ ମଧ୍ୟ ବିଚାରକୁ ନିଆଯାଇଥିଲା।












Click it and Unblock the Notifications