ଆଜିଠୁ ସିବିଏସ୍ଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା; ପରୀକ୍ଷା ଦେବେ ୩୯ ଲକ୍ଷ ଛାତ୍ରଛାତ୍ରୀ
ଆଜିଠୁ ସିବିଏସ୍ଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା । ସକାଳ ୧୦.୩୦ରୁ ପରୀକ୍ଷା ଆରମ୍ଭ ନେଇ ବୋର୍ଡ ପକ୍ଷରୁ 'ଏକ୍ସ' ଯୋଗେ ସୂଚନା ଦିଆଯାଇଛି । ଚଳିତ ବର୍ଷ ଭାରତ ଏବଂ ଭାରତ ବାହାରର ପ୍ରାୟ ୨୬ ଦେଶରୁ ୩୯ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । କେବଳ ଦିଲ୍ଲୀରେ ୮୭୭ ପରୀକ୍ଷା କେନ୍ଦ୍ର ରହିଛି ।
ପରୀକ୍ଷା ସକାଳ ସାଢ଼େ ୧୦ ଟାରୁ ଆରମ୍ଭ ହେବାକୁ ଥିବା ବେଳେ ଛାତ୍ରଛାତ୍ରୀଙ୍କୁ ୧୦ ଟାରେ କିମ୍ବା ତା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ନିର୍ଦେଶ ଦିଆଯାଇଛି ।
ସିବିଏସ୍ଇ ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୫ରୁ ଏପ୍ରିଲ୍ ୫ ଯାଏଁ ହେବ । ସିବିଏସ୍ଇ ଦଶମ ପରୀକ୍ଷା ପାଇଁ ୭୬ ବିଷୟ ଏବଂ ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ୧୧୫ ବିଷୟ ପରିଚାଳନା କରିବ । ସିବିଏସ୍ଇ ବୋର୍ଡ ପରୀକ୍ଷା ୨୦୨୩ର ଆରମ୍ଭ ଏବଂ ପରିସଂଖ୍ୟାନକୁ ସୂଚୀତ କରି ଫେବୃଆରୀ୧୪ (ମଙ୍ଗଳବାର) ସିବିଏସ୍ଇ ଏକ ପ୍ରେସ ବିଜ୍ଞପ୍ତି ଜାରି କରିଛି । ପ୍ରେସ ବିଜ୍ଞପ୍ତି ଅନୁଯାୟୀ ୩୮,୮୩,୭୧୦ ଛାତ୍ରଛାତ୍ରୀ ସିବିଏସ୍ଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଦେବେ । ଦେଶରେ ୭୨୫୦ କେନ୍ଦ୍ର ଏବଂ ୨୬ ଟି ବିଦେଶ କେନ୍ଦ୍ର ପ୍ରସ୍ତୁତ କରାଯାଇଛି । ଦଶମ ଶ୍ରେଣୀ ପରୀକ୍ଷା ୧୬ ଦିନରେ ଶେଷ ହେବ । ଦ୍ୱାଦଶ ଶ୍ରେଣୀ ପରୀକ୍ଷା ୩୬ ଦିନ ଲାଗିବ। ବୋର୍ଡ ପରୀକ୍ଷା ସକାଳ ୧୦:୩୦ରୁ ଦିନ ୧:୩୦ ପର୍ଯ୍ୟନ୍ତ କରାଯିବ ।

ଦିଲ୍ଲୀ ରାସ୍ତାରେ ବର୍ତ୍ତମାନ ଯାତାୟତ ନେଇ ଯେଉଁ ପରିସ୍ଥିତି ଉପୁଜିଛି, ସେଥିପାଇଁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ବିଳମ୍ବ ହୋଇପାରେ ବୋଲି ଅନୁମାନ କରାଯାଉଛି । ତେଣୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦିଆଯାଇଛି ଯେ, ସେମାନେ ହାତରେ ଯଥେଷ୍ଟ ସମୟ ରଖି ଘରୁ ବାହାରନ୍ତୁ ଏବଂ ନିର୍ଦ୍ଧାରିତ ସମୟ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ଚେଷ୍ଟା କରନ୍ତୁ ।
ରାସ୍ତା ଅପେକ୍ଷା ମେଟ୍ରୋ ବ୍ୟବହାର କରି ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛି CBSE । କାରଣ ମେଟ୍ରୋ ସଠିକ୍ ଭାବେ ଏବଂ ସଠିକ୍ ସମୟରେ ଗନ୍ତବ୍ୟ ସ୍ଥଳରେ ପହଞ୍ଚିପାରୁଛି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications