CBSE ପରେ ବାତିଲ୍ ହେଇପାରେ CHSE ଦ୍ୱାଦଶ ପରୀକ୍ଷା

CBSE ଦ୍ୱାଦଶ ପରୀକ୍ଷା ବାତିଲ ହେବା ପରେ ଏବେ CHSE ଦ୍ୱାଦଶ ପରୀକ୍ଷା ନେଇ ପରୀକ୍ଷାର୍ଥୀ ଓ ଅଭିଭାବକଙ୍କ ମନରେ ଦ୍ବନ୍ଦ୍ବ ସୃଷ୍ଚି ହୋଇଛି । ଏପଟେ CBSE ପରୀଥା ବାତିଲା ହେବା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଆଜି ସ୍କୁଲ ଓ ଗଣଶିକ୍ଷା ବିଭାଗର ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର: CBSE ଦ୍ୱାଦଶ ପରୀକ୍ଷା ବାତିଲ ହେବା ପରେ ଏବେ CHSE ଦ୍ୱାଦଶ ପରୀକ୍ଷା ନେଇ ପରୀକ୍ଷାର୍ଥୀ ଓ ଅଭିଭାବକଙ୍କ ମନରେ ଦ୍ବନ୍ଦ୍ବ ସୃଷ୍ଚି ହୋଇଛି । ଏପଟେ CBSE ପରୀଥା ବାତିଲା ହେବା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଆଜି ସ୍କୁଲ ଓ ଗଣଶିକ୍ଷା ବିଭାଗର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ।

CBSE

ଯୁକ୍ତ ଦୁଇ ପରୀକ୍ଷା ନେଇ ଆଜିର ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ। ପୂର୍ବରୁ ଦଶମ ଶ୍ରେଣୀ ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। ଗତକାଲି ସିବିଏସଇ ଦ୍ୱାଦଶ ପରୀକ୍ଷା ବାତିଲ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପପତ୍ତି ନିଆ ଯାଇଥିଲା । ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସହ ସିବିଏସଇର ଅଧ୍ୟକ୍ଷ, କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ, ପ୍ରକାଶ ଜାବଡେକର ପ୍ରମୁଖ ଉପସ୍ଥିତ ଥିଲେ।

ଏହି ସମୀକ୍ଷା ବୈଠକରେ ପିଏମ ମୋଦି କହିଛନ୍ତି ଯେ ଦେଶ ଛାତ୍ରଛାତ୍ରୀମାନଙ୍କ ସ୍ୱାସ୍ଥ୍ୟର ନିରାପତ୍ତାକୁ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଉଛନ୍ତି ଓ ଏହାକୁ ନେଇ କୌଣସି ସାଲିସ କରାଯ଼ିବ ନାହିଁ। ପିଲାମାନଙ୍କ ସ୍ୱାର୍ଥରେ ହିଁ ଏହି ନିଷ୍ପତ୍ତି ନିଆଯ଼ାଇଛି । କରୋନା ମହାମାରୀ ପରି ଏକ ଚାପଯ଼ୁକ୍ତ ପରିବେଶରେ ପରୀକ୍ଷା ଦେବାକୁ ପିଲାମାନଙ୍କୁ ବାଧ୍ୟ କରାଯ଼ିବା ଉଚିତ ନୁହେଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+