କେବେ ପ୍ରକାଶ ପାଇବ ନବମ ଶ୍ରେଣୀ ପର୍ଯ୍ୟନ୍ତ ପରୀକ୍ଷା ଫଳ
ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ଅପ୍ରେଲ 2 ତାରିଖରୁ ଆରମ୍ଭ ହେବ ନୂତନ ଶିକ୍ଷାବର୍ଷ । ସେହିଦିନ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ସମ୍ମେଟିଭ୍ ଆସେସମେଣ୍ଟ 2 ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ପରୀକ୍ଷା ଫଳ ଅଭିଭାବକଙ୍କୁ ଅବଗତ କରିବା ପାଇଁ 2 ତାରିଖ ଦିନ ବିଦ୍ୟାଳୟରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯିବ । ଏହି କାର୍ଯ୍ୟକ୍ରମରେ ସମସ୍ତ ଅଭିଭାବକ ଯେପରି ଉପସ୍ଥିତ ରହିବେ ସେନେଇ ସମସ୍ତଙ୍କୁ ପ୍ରଧାନ ଶିକ୍ଷକମାନେ ଅବଗତ କରିବେ । ବିଦ୍ୟାଳୟରେ ପରୀକ୍ଷା ଫଳ ପ୍ରଦାନ ବ୍ୟତୀତ ଅନ୍ୟ କୌଣସି କାର୍ଯ୍ୟକ୍ରମ ନ କରିବାକୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି ।












Click it and Unblock the Notifications