କଣ ହେବ ୟୁଜି / ପିଜି ପରୀକ୍ଷା ନିଷ୍ପତ୍ତି ? ଉତ୍ତର ରଖିଲେ ଉଚ୍ଚଶିକ୍ଷା ମନ୍ତ୍ରୀ
ଚଳିତବର୍ଷ ୟୁଜି ପିଜି ପରୀକ୍ଷା ହେବାର ସମ୍ଭାବନା ଅଛି । ବିଭିନ୍ନ ବିଶ୍ୱ ବିଦ୍ୟାଳୟର କୁଳପତିମାନଙ୍କ ସହ ଆଲୋଚନା କରିବା ପରେ ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ।
ଭୁବନେଶ୍ବର : ଚଳିତବର୍ଷ ୟୁଜି ପିଜି ପରୀକ୍ଷା ହେବାର ସମ୍ଭାବନା ଅଛି । ବିଭିନ୍ନ ବିଶ୍ୱ ବିଦ୍ୟାଳୟର କୁଳପତିମାନଙ୍କ ସହ ଆଲୋଚନା କରିବା ପରେ ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ । ତେବେ ପରୀକ୍ଷା ହେବ ନା ନାହିଁ ଏହାର ଚୁଡ଼ାନ୍ତ ନିଷ୍ପତ୍ତି ଆସନ୍ତା 18 ତାରିଖରେ ନିଆଯିବ । ଏହି 7 ଦିନ ଭିତରେ କୁଳପତିମାନେ ସେମାନଙ୍କ ଅଧ୍ୟାପକ ଓ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରି ସରକାରଙ୍କୁ ଜଣାଇବ ।

ଆଜି କୁଳପତିମାନଙ୍କ ବୈଠକରେ ଯେଉଁ ନିଷ୍ପତ୍ତି ହୋଇଛି, ସେଥିରେ ଗୋଟିଏ କଥା ଅଛି ଯେ ପରୀକ୍ଷା ପ୍ରାୟତଃ ହେବ । ପରୀକ୍ଷା ହେବା ଉଚିତ୍ । ତେଣୁ ଛାତ୍ରଛାତ୍ରୀମାନଙ୍କୁ ମୋର ଅନୁରୋଧ ସେମାନେ ପାଠପଢ଼ା ଜାରି ରଖନ୍ତୁ ବୋଲି କହିଛନ୍ତି ମନ୍ତ୍ରୀ ଶ୍ରୀ ସାହୁ ।
ଆଜି ବିଭିନ୍ନ ବିଶ୍ୱ ବିଦ୍ୟାଳୟର କୁଳପତିଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ୟୁଜି ଓ ପିଜି ପରୀକ୍ଷା ନେଇ ଆଲୋଚନା କରିଥିଲେ ଉଚ୍ଚଶିକ୍ଷା ମନ୍ତ୍ରୀ । ଗତବର୍ଷ ପରୀକ୍ଷାକୁ ନେଇ ଆଲୋଚନା ହୋଇଛି । ଅନେକ ରାଜ୍ୟ ସରକାର ପରୀକ୍ଷା ବାତିଲ କରିଥିବା ବେଳେ ଓଡ଼ିଶା ସରକାର ପରୀକ୍ଷା କରିଥିଲେ ବୋଲି କହିଛନ୍ତି ମନ୍ତ୍ରୀ ଅରୁଣ ସାହୁ ।
ମହାମାରୀ ଯୋଗୁ କଲେଜ ଓ ବିଶ୍ୱ ବିଦ୍ୟାଳୟରେ ପାଠପଢ଼ା ବନ୍ଦ ଥିବାରୁ ଅନଲାଇନ ପାଠପଢ଼ା ଚାଲିଛି । ଜୁନ ସୁଦ୍ଧା ସମସ୍ତ କୋର୍ସ ଶେଷ ହୋଇଯିବ । କୋର୍ସ ଶେଷ ହେବା ସହ ପରୀକ୍ଷା କରାଇବା ଦିଗରେ ସମସ୍ତ କଲେଜର ଅଧ୍ୟାପକ ଓ ଛାତ୍ରଛାତ୍ରୀଙ୍କ ମତାମତ ନେବେ କୁଳପତି । ପରୀକ୍ଷା ସଂକ୍ରାନ୍ତରେ ପିଲାମାନଙ୍କ ସହ ଆଲୋଚନା କରିବା ପରେ ସରକାରଙ୍କୁ ଜଣାଇବେ ଏବଂ ସରକାର ଆସନ୍ତା 18 ତାରିଖରେ ଏ ଦିଗରେ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications