ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ବାତିଲ, ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ
ବାତିଲ ହେଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା । ରାଜ୍ୟରେ ମହାମାରୀର ପ୍ରକୋପକୁ ଦୃଷ୍ଟିରେ ରଖି ମାଟ୍ରିକ ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର ।
ଭୁବନେଶ୍ୱର: ବାତିଲ ହେଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା । ରାଜ୍ୟରେ ମହାମାରୀର ପ୍ରକୋପକୁ ଦୃଷ୍ଟିରେ ରଖି ମାଟ୍ରିକ ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର । ଏନେଇ ଘୋଷଣା କରି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ।

CBSC/ ICSC ପରେ ରାଜ୍ୟ ବୋର୍ଡ ବାତିଲ ନେଇ ନିଷ୍ପତ୍ତି ନେଲେ ରାଜ୍ୟ ସରକାର। କରୋନା ସଂକ୍ରମଣ ଦୃଷ୍ଟିରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ଚିନ୍ତାଜନକ ରହିଛି । ଯାହାକୁ ଦୃଷ୍ଟିରେ ରଖି ବର୍ତ୍ତମାନ ପରିସ୍ଥିତିରେ ମାଟ୍ରିକ ପରୀକ୍ଷା କରିବା ସମ୍ଭବ ନୁହେଁ ବୋଲି କହିଛନ୍ତି ମନ୍ତ୍ରୀ ସମୀର ଦାସ । ତେଣୁ ଚଳିତବର୍ଷ ପାଇଁ ମାଟ୍ରିକ ପରୀକ୍ଷାକୁ ବାତିଲ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର ।
ସୂଚନାଯୋଗ୍ୟ ଯେ, ପରୀକ୍ଷା ବାତିଲ ଦାବିରେ ଛାତ୍ରଛାତ୍ରୀ ଧାରଣା ଦେଇଥିଲେ। ଦଶମ ଶ୍ରେଣୀ ପରୀକ୍ଷା ବାତିଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଛାତ୍ରଛାତ୍ରୀ ଭେଟିଥିଲେ। ରାଜଧାନୀର ବିଭିନ୍ନ ସ୍କୁଲର ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ନବୀନ ନିବାସ ଯାଇ ପରୀକ୍ଷା ବାତିଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଇଥିଲେ। ତେବେ ରାଜ୍ୟରେ କରୋନା ସ୍ଥିତିକୁ ଦେଖି ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।












Click it and Unblock the Notifications