For Quick Alerts
Turn On Notification  
For Daily Alerts
Oneindia App Download

ଆସନ୍ତା ମାସରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ: ଗଣଶିକ୍ଷା ମନ୍ତ୍ରୀ

ଜୁଲାଇ ପ୍ରଥମ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ଚଳିତଥର ନୂଆ ପଦ୍ଧତିରେ ପରୀକ୍ଷା ହୋଇଛି । ଥ୍ରୀ-ଫେଜ୍ ମୂଲ୍ୟାୟନ ପ୍ରକ୍ରିୟା ଜାରି ରହିଛି ।

|

ଭୁବନେଶ୍ୱର: ଜୁଲାଇ ପ୍ରଥମ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ଚଳିତଥର ନୂଆ ପଦ୍ଧତିରେ ପରୀକ୍ଷା ହୋଇଛି । ଥ୍ରୀ-ଫେଜ୍ ମୂଲ୍ୟାୟନ ପ୍ରକ୍ରିୟା ଜାରି ରହିଛି । ଜୁଲାଇ ପ୍ରଥମ ସପ୍ତାହ ସୁଦ୍ଧା ଫଳ ପ୍ରକାଶ କରାଯିବ ବୋଲି ଶିକ୍ଷାମନ୍ତ୍ରୀ କହିଛନ୍ତି ।

result

ସୂଚନାଯୋଗ୍ୟ ଏପ୍ରିଲ ୨୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମେ ୭ରେ ଶେଷ ହୋଇଥିଲା । କୋଭିଡ ମହାମାରୀ ଯୋଗୁଁ ଦୁଇ ବର୍ଷ ପରେ ପୁଣି ଅଫଲାଇନ୍‌ ମାଟ୍ରିକ ପରୀକ୍ଷା ହୋଇଥିଲା । ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ପରୀକ୍ଷା ପରିଚାଳନା ପାଇଁ ରାଜ୍ୟର ୩୫ ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିୟୋଜିତ କରାଯାଇଥିଲା । ପରୀକ୍ଷା ପରେ ଖାତାଦେଖା ପ୍ରକ୍ରିୟା ମେ ୨୧ ରୁ ୫୮ଟି ମୂଲ୍ୟାଙ୍କନ କେନ୍ଦ୍ରରେ ଆରମ୍ଭ ହୋଇଥିଲା ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
The matriculation test results will be released by the first week of July. This was informed by school and public education minister Sameer Das. This time the test has been conducted in a new method. The three-phase evaluation process is in the process.
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X