Get Updates
Get notified of breaking news, exclusive insights, and must-see stories!

ଜୁଲାଇ ୩୧ରେ ପ୍ରକାଶ ପାଇବ +2 ପରୀକ୍ଷା ଫଳ

ଆସନ୍ତା ଜୁଲାଇ ୩୧ ତାରିଖ ସନ୍ଧ୍ୟାରେ +2 ର ବିଜ୍ଞାନ ଓ ବାଣିଜ୍ୟର ଫଳ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଭୁବନେଶ୍ବର: ଆସନ୍ତା ଜୁଲାଇ ୩୧ ତାରିଖ ସନ୍ଧ୍ୟାରେ +2 ର ବିଜ୍ଞାନ ଓ ବାଣିଜ୍ୟର ଫଳ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । କଳା ଓ ଧନ୍ଦା ମୂଳକ ପରୀକ୍ଷା ଫଳ ଏହା ପରେ ଅତିଶୀଘ୍ର ପ୍ରକାଶ ପାଇବ ବୋଲି କୁହାଯାଇଛି ।

Plus Two Result

କୋଭିଡ ୧୯ର ସଂକ୍ରମଣ ହେତୁ ଚଳିତ ଶିକ୍ଷାବର୍ଷର ପରୀକ୍ଷା ହୋଇ ନଥିବାରୁ ଗତ ପରୀକ୍ଷାର ଫଳ ଆଧାରରେ ଏଥରର ଫଳ ପ୍ରକାଶ ପାଇବ ବୋଲି ଜଣାପଡିଛି। ବିକଳ୍ପ ମୂଲ୍ୟାନୟ ପଦ୍ଧତିରେ ଏ ବର୍ଷ ରାଜ୍ୟର ସାଢେ ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ ।

+୨ ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ CHSE ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଥିଲା । ଏକ୍ସପର୍ଟ କମିଟି ଦେଇଥିବା ଭିତ୍ତି ଅନୁଯାୟୀ, ଦଶମ ପରୀକ୍ଷା ମାର୍କ ଭିତ୍ତିରେ ମୂଲ୍ୟାୟନ ହେବାକୁ ନିଷ୍ପତ୍ତି ହୋଇଛି । ରେଗୁଲାର ପିଲାଙ୍କ ମାର୍କିଂ ମ୍ୟାଟ୍ରିକ୍‌ ଭିତ୍ତିରେ ହେବ । ଏକ୍ସରେଗୁଲାର ପିଲାଙ୍କ ମାର୍କିଂ ପୂର୍ବଥର +୨ ପରୀକ୍ଷା ଭିତ୍ତିରେ ହେବ । ପୂର୍ବଥର +୨ ପରୀକ୍ଷା ଦେଇଥିଲେ ପାସ୍ କରିଥିବା ବିଷୟ ଭିତ୍ତିରେ ମାର୍କିଂ ହେବ । ଏହାସହ ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରଛାତ୍ରୀଙ୍କ ମୂଲ୍ୟାୟନ ବେଳେ ପ୍ରାକ୍ଟିକାଲ୍ ବା ପ୍ରୋଜେକ୍ଟକୁ ମଧ୍ୟ ହିସାବକୁ ନିଆଯିବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+