ମାର୍ଚ୍ଚ ୫ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା
ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଆସନ୍ତା ମାର୍ଚ୍ଚ ୫ ତାରିଖରେ ଅନୁଷ୍ଠିତ ହେବ। ଏହି ପରୀକ୍ଷା ରାଜ୍ୟର ୯୨୯ଟି ପରୀକ୍ଷା କେନ୍ଦ୍ରରେ ପରିଚାଳିତ ହେବ ।

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଆସନ୍ତା ମାର୍ଚ୍ଚ ୫ ତାରିଖରେ ଅନୁଷ୍ଠିତ ହେବ। ଏହି ପରୀକ୍ଷା ରାଜ୍ୟର ୯୨୯ଟି ପରୀକ୍ଷା କେନ୍ଦ୍ରରେ ପରିଚାଳିତ ହେବ । ଏହି ପରୀକ୍ଷା ପାଇଁ ନାମ ପଞ୍ଜୀକରଣ କରିଥିବା ପରୀକ୍ଷାର୍ଥୀଙ୍କ ଆଡ୍ମିଟ କାର୍ଡ ବୋର୍ଡ ୱେବ୍ସାଇଟ୍ www.bseodisha.ac.in ରେ ଛଡାଯାଇଛି ।
ତେବେ ୯୨୯ଟି ପରୀକ୍ଷା କେନ୍ଦ୍ରରେ ୧ ଲକ୍ଷ ୭୩ ହଜାର ୧୬୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ତନ୍ମଧ୍ୟରୁ ଷଷ୍ଠ ଶ୍ରେଣୀରେ ୧୩୬୪୯୧ ଜଣ, ସପ୍ତମ ଶ୍ରେଣୀରେ ୧୭୧୫୪ ଜଣ, ଅଷ୍ଟମରେ ୧୨୪୫୬ ଏବଂ ନବମ ଶ୍ରେଣୀରେ ୫୭୧୬ଜଣ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ନିମନ୍ତେ ଫର୍ମପୂରଣ କରିଛନ୍ତି।
ସେହିଭଳି ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ନିମନ୍ତେ ଷଷ୍ଠ ଶ୍ରେଣୀର ୧୩୪୬ ଜଣ ପରୀକ୍ଷାର୍ଥୀ ରହିଛନ୍ତି। ବୋର୍ଡ ୱେବ୍ସାଇଟରୁ ପରୀକ୍ଷାର୍ଥୀମାନେ ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ବୋଲି ଉପସଭାପତି ଡ. ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।












Click it and Unblock the Notifications