ଆଜି ୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି । ୫-ଟି School Transformation କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ମାଲକାନଗିରିର ୬ଟି ସ୍କୁଲ, ଝାରସୁଗୁଡାର ୨୫ଟି, କଳାହାଣ୍ଡିର ୨୯ଟି, ମୟୁରଭଞ୍ଜର ୬୦ଟି ଓ ଖୋର୍ଦ୍ଧାର ୩୮ଟି ସ୍କୁଲ ରହିଛି।

Naveen Patnaik 5Ts

ଆଜି ସୁଦ୍ଧା ୬୮୯ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଏବେ ରାଜ୍ୟର ୧୦୭୫ଟି ସ୍କୁଲର ଲୋକାର୍ପଣ କାର୍ଯ୍ୟକ୍ରମ ଜାରି ରହିଛି । ଆସନ୍ତା ୨୪ ତାରିଖ ଦିନ ଏହା ସଂପୂର୍ଣ୍ଣ ହେବ।

ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ଆଜି ୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

  • ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିପାରିଛି- ମୁଖ୍ୟମନ୍ତ୍ରୀ
  • ସ୍କୁଲର ସ୍ମାର୍ଟ ସୁବିଧାରେ ଆମେ ବହୁତ ଉତ୍ସାହିତ, ଲକ୍ଷ୍ୟ ପୂରଣ ପାଇଁ ଏହା ଆମର ମନୋବଳ ଦୃଢ କରିଛି - ଛାତ୍ରଛାତ୍ରୀ
  • ନିଜର ସଫଳତାରେ ସ୍କୁଲର ଅବଦାନ ସଂପର୍କରେ କହି ପିଲାଙ୍କୁ ଉତ୍ସାହିତ କଲେ ଦୁଇ ପଦସ୍ଥ ଅଧିକାରୀ

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ମୁଖ୍ୟମନ୍ତ୍ରୀ କହିଲେ, "ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।"

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ୫-ଟି ନୀତି ଉପରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି-- ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ ।. ନଭେମ୍ବର ୧୪ ସୁଦ୍ଧା ୧୦୭୫ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି ।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ ।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ମାଲକାନଗିରିର ପାପୁନି ମାଣ୍ଡି, ଝାରସୁଗୁଡାର ଶାଳିନୀ ତ୍ରିପାଠୀ, କଳାହାଣ୍ଡିର କୁମୁଦିନୀ ବନ୍ଦିଛୋଡ, ମୟୁରଭଞ୍ଜର ମଧୁସ୍ମିତା ସାହୁ ଏବଂ ଖୋର୍ଦ୍ଧା ଜିଲ୍ଲାର ଉଦୟ ପ୍ରକାଶ ବେହେରା ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ଗାଁ ଭିତରେ ସ୍କୁଲ ହିଁ ବର୍ତ୍ତମାନ ଆମର ସବୁଠାରୁ ବଡ ଆକର୍ଷଣ। ଏହି ରୂପାନ୍ତରିତ ସ୍କୁଲରେ ଉପଲବ୍‌ଧ ଥିବା ସ୍ମାର୍ଟ ସୁବିଧା ଆମକୁ ଉତ୍ସାହିତ କରିଛି। ଏହା ଆମର ଲକ୍ଷ୍ୟ ପୂରଣ ପାଇଁ ଆମର ମନୋବଳକୁ ଦୃଢ କରିଛି । ମୁଖ୍ୟମନ୍ତ୍ରୀ ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍‌ ଅଫିସର, ଶିକ୍ଷକ, ଡାକ୍ତର ଇଞ୍ଜିନିୟର, ସମାଜସେବୀ, ସାମ୍ବାଦିକ ହେବେ ବୋଲି କହିଥିଲେ ।

ଏହି ଅବସରରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ନିଜର ସଫଳତାରେ ସ୍କୁଲର ଅବଦାନ ସଂପର୍କରେ ଆଲୋକପାତ କରିଥିଲେ। ଛାତ୍ର ଜୀବନର ଅନୁଭୂତି ବର୍ଣ୍ଣନା କରି ପିଲାମାନଙ୍କୁ ଲକ୍ଷ୍ୟ ପୂରଣ ପାଇଁ ଦୃଢ ମନୋବଳ ସହିତ କଠିନ ପରିଶ୍ରମ କରିବାକୁ ପରାମର୍ଶ ଦେଇଥିଲେ। ରୂପାନ୍ତରିତ ସ୍କୁଲର ମିଳୁଥିବା ଆଧୁନିକ ସୁବିଧାର ସଂପୂର୍ଣ୍ଣ ଉପଯୋଗ କରିବା ପାଇଁ ସେ ଶିକ୍ଷକ ଓ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ଶ୍ରୀ ସାହୁ କଳାହାଣ୍ଡିର ମାଣିକେଶ୍ବରୀ ହାଇସ୍କୁଲ ଛାତ୍ର ଥିଲା ବେଳେ ସୌମେନ୍ଦ୍ର ପ୍ରିୟଦର୍ଶୀ ଭୁବନେଶ୍ବର କ୍ୟାପିଟାଲ ହାଇସ୍କୁଲର ଛାତ୍ର ଥିଲେ ।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ଉପରୋକ୍ତ ଦୁଇ ପଦସ୍ଥ ଅଧିକାରୀଙ୍କ ଅଭିଜ୍ଞତା ଛାତ୍ରଛାତ୍ରୀଙ୍କ ସ୍ବପ୍ନକୁ ବାସ୍ତବ ରୂପ ଦେବାରେ ସହାୟକ ହେବ ବୋଲି ଶ୍ରୀ ପାଣ୍ଡିଆନ ଆଶାବ୍ୟକ୍ତ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+