Get Updates
Get notified of breaking news, exclusive insights, and must-see stories!

ରାଜ୍ୟର ୩୦ଟି ଜିଲ୍ଲାରେ ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହେଲା

ଭୁବନେଶ୍ବର: ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ । ୫-ଟି School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି। ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ, ନବରଙ୍ଗପୁର, କନ୍ଧମାଳ ଓ ବାଲେଶ୍ବର ଆଦି ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି। ପୂର୍ବରୁ ଗତ ଅଗଷ୍ଟ ରେ ହିଞିଳିର ପଚାଶଟି ରୂପାନ୍ତରିତ ସ୍କୁଲର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ।

Naveen Patnaik

ଏଥିରେ ସୁନ୍ଦରଗଡର ୬୭ଟି, କଟକର ୩୦ଟି, ବାଲେଶ୍ବରର ୨୩ଟି, ନବରଙ୍ଗପୁରର ୨୨ଟି ଓ କନ୍ଧମାଳର ୧୦ଟି ସ୍କୁଲ ରହିଛି ।ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ । ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ଵ।

ମୁଖ୍ୟମନ୍ତ୍ରୀ କହିଲେ, "ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ ଟେକନୋଲଜି ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।"

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ। ମୁଁ ବହୁତ ଖୁସି ଯେ 5-T ପ୍ରଥମ ପର୍ଯ୍ୟାୟରେ ରୂପାନ୍ତର ହୋଇଥିବା 1025 ହାଇସ୍କୁଲର ଲୋକାର୍ପଣ ଉତ୍ସବ ଆଜିଠାରୁ ଆରମ୍ଭ କରାଗଲା । ୨୪ ନଭେମ୍ବର ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ।

୫-ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଲା ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ ।. ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି ।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ ।

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି ।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ସୁନ୍ଦରଗଡର ଛ୍ରାତ୍ରୀ ସିରିନ୍‌ କୌସର୍‌, ନବରଙ୍ଗପୁରର ନାଗେଶ୍ବରୀ ପାଣିଗ୍ରାହୀ, ବାଲେଶ୍ବରର ଅଭିଲିପ୍‌ସା ଲେଙ୍କା, କନ୍ଧମାଳର ଇତିଶ୍ରୀ କହଁର ଓ କଟକର ଗାୟତ୍ରୀ ସାହୁ ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ସ୍କଲର ପରିବେଶ ଓ ଶିକ୍ଷା ସୁବିଧାର ପରିବର୍ତ୍ତନରେ ସେମାନେ ଖୁସି । ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀ ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍‌ ଅଫିସର,ଅଇ ପି ଏସ ବୈଜ୍ଞାନିକ, ଡାକ୍ତର ଇଞ୍ଜିନିୟର ହେବେ ବୋଲି କହିଥିଲେ ।

କାର୍ଯ୍ୟକ୍ରମରେ ସୁନ୍ଦରଗଡରେ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଶ୍ରୀ ସାରଦା ପ୍ରସାଦ ନାୟକ, ନବରଂଗପୁରରେ ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ, ବାଲେଶ୍ବରରେ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, କନ୍ଧମାଳରେ ସାଂସଦ ଶ୍ରୀ ଅଚ୍ୟୁତାନନ୍ଦ ସାମନ୍ତ ଏବଂ କଟକରେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ଜିଲ୍ଲାର ବିଧାୟକ ମାନେ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+