ଓଡିଶା ଆଦର୍ଶ ବିଦ୍ୟାଳୟ ଉତ୍କର୍ଷ କେନ୍ଦ୍ର ସ୍ଥାପନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଉପକଣ୍ଠର ଅନ୍ଧାରୁଆ ଠାରେ ଓଡିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ବିଦ୍ୟାଳୟ ନିର୍ମାଣ ପାଇଁ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ଏହା
ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଉପକଣ୍ଠର ଅନ୍ଧାରୁଆ ଠାରେ ଓଡିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ବିଦ୍ୟାଳୟ ନିର୍ମାଣ ପାଇଁ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ଏହା ଗ୍ରାମାଂଚଳର ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ସ୍କୁଲ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତରୀକରଣ କାର୍ଯ୍ୟକ୍ରମରେ ଏହା ଏକ ନୂତନ ମାଇଲ ଖୁଣ୍ଟ ହେବ।

ଏହି ସ୍କୁଲରେ ଏକାଦଶ ଓ ଦ୍ବାଦଶ ଶ୍ରେଣୀରେ ୫୦୦ ଲେଖାଏ, ସମୁଦାୟ ୧୦୦୦ ଜଣ ଛାତ୍ରଛାତ୍ରୀ ଶିକ୍ଷାଲାଭ କରିପାରିବେ । ୫-ଟି କାର୍ଯ୍ୟକ୍ରମ ଅଧୀନରେ ହିଞ୍ଜିଳିରୁ ଆରମ୍ଭ ହୋଇଥିବା ବିଦ୍ୟାଳୟ ରୂପାନ୍ତରଣ ଉପକ୍ରମ ସଂପର୍କରେ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ସାରା ରାଜ୍ୟରେ ପର୍ଯ୍ୟାୟକ୍ରମେ କରାଯିବ। ଏହି ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଗଣିତ ଓ ଭାଷା ପ୍ରୟୋଗଶାଳା, ଉଚ୍ଚ ପ୍ରଯୁକ୍ତି ବିଦ୍ୟା ସଂପନ୍ନ କମ୍ପ୍ୟୁଟର ପ୍ରୟୋଗଶାଳା ପ୍ରତିଷ୍ଠା ହେବା ସହିତ ସମଗ୍ର ବିଶ୍ବର ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତି ମାନଙ୍କ ସହିତ ଜ୍ଞାନ ଆଦାନପ୍ରଦାନ କରାଯିବ।

ଗୁଣାତ୍ମକ ଶିକ୍ଷା ସହିତ ଜଣେ ଟିମ୍ ଲିଡରଙ୍କ ଅଧୀନରେ ମେଧାବୀ ଶିକ୍ଷକମାନେ ଛାତ୍ରଛାତ୍ରୀ ମାନଙ୍କୁ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରର ପ୍ରତିଯୋଗୀତାରେ ସଫଳତା ପାଇଁ ସହାୟତା କରିବେ। ଏହି ସ୍କୁଲର ଛାତ୍ରଛାତ୍ରୀମାନେ ସେମାନଙ୍କର ସମସ୍ତ ଅନ୍ତର୍ନିହିତ ଗୁଣର ବିକାଶ କରି ବିଭିନ୍ନ କ୍ଷେତ୍ରରେ ସଫଳତାର ଶୀର୍ଷରେ ପହଞ୍ଚିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ












Click it and Unblock the Notifications