ପ୍ରକାଶ ପାଇଲା ଯୁକ୍ତ ୩ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ
ଭୁବନେଶ୍ୱର: ଯୁକ୍ତ ୩ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ ପାଇଛି । ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ ପାଇଛି ତାଲିକା ।
ତେବେ ଇନଟିଗ୍ରେଟେଡ଼ ବିଏଡ଼ ଥିବା କଲେଜରେ କଟଅଫ ଆଗରେ ରହିଛି । କଳା ଓ ବିଜ୍ଞାନରେ ବିଜେବି ଓ ରେଭେନ୍ସାକୁ ଅନ୍ୟ କଲେଜ ଟପିଥିବା ବେଳେ ବିଜ୍ଞାନରେ ପୁରୀ ଏସସିଏସ କଲେଜର କଟ ଅଫ ଆଗରେ ରହିଛି । ସେହପରି କଳାରେ ବାଲେଶ୍ୱର ଫକୀରମୋହନ /ଏମ୍ପିସି ବାରିପଦା ଆଗରେ ରହିଛି ।

ପୁରୀ ଏସସିଏସରେ ରସାୟନ ବିଜ୍ଞାନରେ ୯୪.୫୦ ପ୍ରତିଶତ, ଗଣିତରେ ୯୪ ପ୍ରତିଶତ, ଉଦ୍ଭିଦ ବିଜ୍ଞାନରେ ୯୫.୬୦ ପ୍ରତିଶତ, ଏମପିସି ବାରିପଦାରେ ଜୀବ ବିଜ୍ଞାନରେ ୯୪.୮୩ ପ୍ରତିଶତ କଟ-ଅଫ୍ ରହିଛି । ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଏମପିସି ସ୍ବୟଂଶାସିତ ମହାବିଦ୍ୟାଳୟରେ ରାଜନୀତି ବିଜ୍ଞାନରେ କଟ୍-ଅଫ୍ ୯୧.୮୩ ପ୍ରତିଶତ ରହିଛି । ସେହିପରି ବାଣିଜ୍ୟରେ ରେଭେନ୍ସା ବିଶ୍ୱବିଦ୍ୟାଳୟ (୮୬.୮୩ ପ୍ରତିଶତ), ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ (୮୫.୮୩ପ୍ରତିଶତ), ଜେକେବିକେ କଲେଜ(୮୧ ପ୍ରତିଶତ) କଟ ଅଫ ମାର୍କ ରହିଛି ।
ସୂଚନାଥାଉ କି, ୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟର ୧୦୪୨ଟି ଡିଗ୍ରୀ କଲେଜର ୨ ଲକ୍ଷ ୭୦ହଜାର ୫୪୭ ସିଟ୍ ରହିଥିବାବେଳେ ୨ ଲକ୍ଷ ୨୩ ହଜାର ୩୬୪ଜଣ ଅନଲାଇନ୍ ପଞ୍ଜୀକରଣ କରିଥିଲେ। ମାତ୍ର ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୨୨ହଜାର ୨୮୨ ଜଣ ଅନ୍ଲାଇନରେ ଦେୟ ପୈଠ କରିଛନ୍ତି। ସୂଚନାଥାଉ କି, ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ଜୁଲାଇ ୨୭ରେ, ତୃତୀୟ ପର୍ଯ୍ୟାୟ ଅଗଷ୍ଟ ୯, ଚତୁର୍ଥ ପର୍ଯ୍ୟାୟ ଅଗଷ୍ଟ ୨୧, ପଞ୍ଚମ ପର୍ଯ୍ୟାୟ ସେପ୍ଟେରମ୍ବର ୧ ଓ ଶେଷ ପର୍ଯ୍ୟାୟ ମେଧା ତାଲିକା ସେପ୍ଟେମ୍ବର ୧୩ରେ ପ୍ରକାଶ ପାଇବ ।












Click it and Unblock the Notifications