ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆସନ୍ତା ୧୪ରୁ ଫର୍ମ ପୂରଣ

ଆସନ୍ତା ୧୪ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ ହେବ । ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ ହେବ ।

ଭୁବନେଶ୍ୱର: ଆସନ୍ତା ୧୪ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ ହେବ । ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ ହେବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

plus two exam

ନଭେମ୍ବର ୧୯ ମଧ୍ୟରେ ବିନା ଜରିମାନାରେ ରେଗୁଲାର ଓ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ଫର୍ମ ପୂରଣ କରିପାରିବେ। ନଭେମ୍ବର ୨୧ରୁ ୨୩ ତାରିଖ ମଧ୍ୟରେ ଫି' ଦାଖଲ କରିବାକୁ ହେବ । ନଭେମ୍ବର ୨୧ରୁ ୨୬ ମଧ୍ୟରେ ଶହେ ଟଙ୍କା ଜରିମାନା ଏବଂ ୨୮ରୁ ୩୦ ମଧ୍ୟରେ ୪୫୦ ଟଙ୍କା ଜରିମାନା ଦେଇ ଛାତ୍ରଛାତ୍ରୀ ଫର୍ମ ପୂରଣ କରି ପାରିବେ।

ଯେଉଁମାନେ ୧୦୦ ଟଙ୍କା ଜରିମାନା ଦେଇ ଫର୍ମ ପୂରଣ କରିବେ ସେମାନେ ୨୮ରୁ ୩୦ ଓ ୪୫୦ ଟଙ୍କା ଜରିମାନା ଦେଇଥିବା ଛାତ୍ରଛାତ୍ରୀ ଡିସେମ୍ବର ୧ରୁ ୩ ମଧ୍ୟରେ ଫି' ଦାଖଲ କରିବେ। ଫର୍ମ ପୂରଣ ବାବଦରେ ଛାତ୍ରଛାତ୍ରୀଙ୍କୁ ୫୨୦ ଟଙ୍କା ଦେବାକୁ ପଡ଼ିବ।

ସେହିପରି ପ୍ରାକ୍ଟିକାଲ ଲାଗି ପେପର୍‌ ପିଛା ୪୦ ଟଙ୍କା ଫି' ଦେବାକୁ ହେବ। କଲେଜର ସାମ୍ସ ପୋର୍ଟାଲ ଜରିଆରେ କର୍ତ୍ତୃପକ୍ଷ ପିଲାଙ୍କ ଫର୍ମ ପୂରଣ କରିବେ । ଆବଶ୍ୟକୀୟ କାଗଜପତ୍ର ସହ ନିର୍ଭୁଲ ଭାବେ ପିଲାଙ୍କ ଫର୍ମ ପୂରଣ କରିବା ପାଇଁ ସିଏଚଏସଇର ପରୀକ୍ଷା ନିୟନ୍ତ୍ରକ ଏନେଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ ଦୁଇ କଲେଜ ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି । ଏଥିସହ ଫର୍ମ ପୂରଣ ନେଇ ଗାଇଡଲାଇନ୍‌ ବି ଜାରି ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+