ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ସ୍ମରଣୀୟ ମୁହୂର୍ତ୍ତ: ଏକଥରକରେ ନିଯୁକ୍ତି ପାଇଲେ ୬୧୩୧ ଜଣ ଶିକ୍ଷକ

ଭୁବନେଶ୍ବର: ରାଜ୍ୟର ଶିକ୍ଷା ଇତିହାସରେ ଆଜି ଦିନଟି ସବୁବେଳେ ସ୍ମରଣୀୟ ହୋଇରହିବ। ରାଜ୍ୟ ସରକାର ଆଜି ଏକାଥରକେ ୬୧୩୧ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି । ରାଜ୍ୟ ନିଯୁକ୍ତି ଇତିହାସରେ ଏହା ଏକ ସର୍ବକାଳୀନ ରେକର୍ଡ। କଳିଙ୍ଗ ଷ୍ଟାଡିଅମରେ ଆୟୋଜିତ ନବ ନିଯୁକ୍ତ ଶିକ୍ଷକ-ଶିକ୍ଷୟତ୍ରୀ ମାନଙ୍କ ମାର୍ଗଦର୍ଶନ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଶିକ୍ଷା ହେଉଛି ସମାଜର ସାମୁହିକ ଆଶା ଓ ଆକାଂକ୍ଷାର ପ୍ରତିଫଳନ । ଶିକ୍ଷା ବ୍ୟବସ୍ଥାର ଆତ୍ମା ଭାବରେ ଶିକ୍ଷକ ମାନଙ୍କୁ ଅଭିହିତ କରି ଆମର ଭବିଷ୍ୟତ ପୀଢି ତଥା ନୂଆ ଓଡିଶା ଗଠନ ପାଇଁ ଆରମ୍ଭ ହୋଇଥିବା ଏହି ରୂପାନ୍ତରରେ ଶିକ୍ଷକ ମାନେ ସଫଳ ସହଯୋଗୀ ଭାବରେ ତାଙ୍କର ଦାୟିତ୍ବ ତୁଲାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ।

Naveen Patnaik

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ହେଉଛନ୍ତି ଅନନ୍ତ ସମ୍ଭାବନାର ପ୍ରତୀକ । ସେମାନଙ୍କ ମଧ୍ୟରେ ନୂଆ ଆଶା ଜାଗ୍ରତ କରିବା, ସେମାନଙ୍କର କଳ୍ପନାକୁ ଶକ୍ତି ଦେବା ଏବଂ ଅଧ୍ୟୟନ ପ୍ରତି ଆଗ୍ରହ ସୃଷ୍ଟି କରିବାରେ ଶିକ୍ଷକମାନେ ହିଁ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ସୃଜନୀଶକ୍ତିର ବିକାଶ ତଥା ଆତ୍ମବିଶ୍ବାସ ବୃଦ୍ଧି ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ ।

ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ଡଃ ଏ.ପି.ଜେ ଅବଦୁଲ କାଲାମଙ୍କ ବକ୍ତବ୍ୟକୁ ଉଦ୍ଧୃତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମାଜରେ ଶିକ୍ଷକ ମାନଙ୍କର ଭୂମିକା ଯେପରି ଗୁରୁତ୍ବପୂର୍ଣ୍ଣ, ପୃଥିବୀରେ ଅନ୍ୟ କୌଣସି ବୃତ୍ତି ସେଭଳି ଗୁରୁତ୍ବ ବହନ କରେ ନାହିଁ । ତେଣୁ ଶିକ୍ଷକତା ପରି ଏକ ମହାନ ବୃତ୍ତିକୁ ଆପଣେଇ ଥିବାରୁ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଶିକ୍ଷକ-ଶିକ୍ଷୟତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।

ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତର ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି ହାଇସ୍କୁଲ ଟ୍ରାନ୍‌ସଫରେମେସନ କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ସ୍କୁଲର ଭିତ୍ତିଭୂମିର ରୂପାନ୍ତର କରାଯାଇ ସ୍ମାର୍ଟ କ୍ଲାସ ରୁମ୍‌, ଇ-ଲାଇବ୍ରେରୀ, ଆଧୁନିକ ପରୀକ୍ଷାଗାର, ଉନ୍ନତ ପରିମଳ ବ୍ୟବସ୍ଥା, ଖେଳପଡିଆ ତଥା ସ୍କୁଲର ପରିବେଶକୁ ଶିକ୍ଷା ଅନୁକୂଳ କରିବା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଇଛି । ଏପର୍ଯ୍ୟନ୍ତ ୧୦୭୫ଟି ସ୍କୁଲର ରୂପାନ୍ତରଣ ପ୍ରଥମ ପର୍ଯ୍ୟାୟରେ ଶେଷ ହୋଇଥିବା ବେଳେ, ପର୍ଯ୍ୟାୟକ୍ରମେ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ରୂପାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଶିକ୍ଷା ବ୍ୟବସ୍ଥାରେ ଡିଜିଟାଲ ଜ୍ଞାନକୌଶଳର ପ୍ରୟୋଗକୁ ବର୍ତ୍ତମାନ ପରିସ୍ଥିତିରେ ଜରୁରୀ ଆବଶ୍ୟକତା ଭାବେ ବର୍ଣ୍ଣନା କରି ଏଥିପାଇଁ ଶିକ୍ଷକମାନଙ୍କୁ ସ୍ବତନ୍ତ୍ର ତାଲିମ ଦିଆଯିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ । ନୂତନ ଶିକ୍ଷା ପରିବେଶରେ ପିଲାମାନଙ୍କୁ ସେମାନଙ୍କ ସ୍ବପ୍ନକୁ ସାକାର ରୂପ ଦେବାପାଇଁ ସବୁପ୍ରକାର ସୁଯୋଗ ଦିଆଯାଇଛି ବୋଲି ମତଦେଇ ଶିକ୍ଷାଦାନ ପ୍ରତି ଶିକ୍ଷକ ମାନଙ୍କର ପ୍ରତିବଦ୍ଧତା, ପିଲାମାନଙ୍କୁ ପ୍ରେରଣା ହିଁ ସେମାନଙ୍କୁ ସଫଳତାର ଶିଡି ଚଢିବାରେ ସକ୍ଷମ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ।

ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ , ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମନ୍ତ୍ରୀ ଶ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇ ଶିକ୍ଷା ବ୍ଯବସ୍ଥା ରେ ରୂପାନ୍ତର ହି ନୂଆ ଓଡ଼ିଶାର ସ୍ବପ୍ନ ସାକାର କରିବ ଵୋଲି ମତ ଦେଇ ଥିଲେ ।
ସୂଚନାଯୋଗ୍ୟ ଯେ ମାତ୍ର 47 ଦିନ ମଧ୍ୟ ରେ 6131 ଶିକ୍ଷକ ନିଯୁକ୍ତି ଦିଆଯାଇଛି ।
ସେମାନଙ୍କ ମଧ୍ୟରେ 2236 ଜଣ arts teacher 1779 science 829 Hindi 796 Sanskrit PETଓ 3ଜଣ ତେଲୁଗୁ ଶିକ୍ଷକ ନିଯୁକ୍ତି ପାଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+