Get Updates
Get notified of breaking news, exclusive insights, and must-see stories!

ଆରମ୍ଭ ହେଲା ମାଟ୍ରିକ ଖାତା ଦେଖା, ଜୁନ ଶେଷ ସପ୍ତାହରେ ରେଜଲ୍ଟ !

ଆଜି (ଶନବାର)ଠୁ ଆରମ୍ଭ ହୋଇଛି ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା (ଖାତା ଦେଖା) । ଦଶମ ଶ୍ରେଣୀ ସହିତ SOS ଓ ମଧ୍ୟମା ପରୀକ୍ଷାର ଖାତା ମଧ୍ୟ ମୂଲ୍ୟାୟନ କରାଯାଉଛି ।

ଭୁବନେଶ୍ୱର: ଆଜି (ଶନବାର)ଠୁ ଆରମ୍ଭ ହୋଇଛି ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା (ଖାତା ଦେଖା) । ଦଶମ ଶ୍ରେଣୀ ସହିତ SOS ଓ ମଧ୍ୟମା ପରୀକ୍ଷାର ଖାତା ମଧ୍ୟ ମୂଲ୍ୟାୟନ କରାଯାଉଛି । ଏନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

Matric Evaluation

ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ହେବ ଖାତା ଦେଖା ଚାଲିଛି । ଏଥିପାଇଁ ଗତାକଲି ସକାଳ ୧୦ଟା ସୁଦ୍ଧା ମୂଲ୍ୟାୟନ କେନ୍ଦ୍ରରେ ଯୋଗ ଦେଇଛନ୍ତି ପରୀକ୍ଷକ। ୧୦ରୁ ୧୨ ଦିନ ପର୍ଯ୍ୟନ୍ତ ଖାତା ଦେଖା ଚାଲିବ।

ରାଜ୍ୟର ୫୮ ଟି କେନ୍ଦ୍ରରେ ଖାତାଦେଖା ହେବ । ଚଳିତ ଥର ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ଏଗଜାମିନରଙ୍କ ସହ ୯୦୦ ଜଣ ଡେପୁଟି ଏଗଜାମିନର, ୮୯୧୯ ଜଣ ସହକାରୀ ଏଗଜାମିନର, ୯୩୦ ସ୍କ୍ରୁଟିନାଇଜରଙ୍କୁ ବୋର୍ଡ ପକ୍ଷରୁ ନିୟୋଜିତ କରାଯାଇଥିବା ସୂଚନା ମିଳିଛି । ଖାତା ଦେଖା ପରେ ମାର୍କ ଅପଲୋଡ୍ କାର୍ଯ୍ୟ କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ପରେ ଜୁନ ଶେଷ ସପ୍ତାହ କିମ୍ବା ଜୁଲାଇ ପ୍ରଥମ ସପ୍ତାହା ମଧ୍ୟରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଥିଲା ।

ସୂଚନାଯୋଗ୍ୟ, ଏପ୍ରିଲ ୨୯ ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ଦୁଇ ବର୍ଷ ପରେ ପୁଣି ଅଫଲାଇନ୍‌ ପରୀକ୍ଷା ଦେଇଥିଲେ ଛାତ୍ରଛାତ୍ରୀ । ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+