Get Updates
Get notified of breaking news, exclusive insights, and must-see stories!

୧୦ରୁ ମାଟ୍ରିକ ପରୀକ୍ଷା, କପି ରୋକିବାକୁ ସ୍ୱତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା

କପି ରୋକିବାକୁ ସ୍ୱତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପରୀକ୍ଷା ସେଣ୍ଟର ଗୁଡ଼ିକୁ ସ୍କ୍ୱାର୍ଡ ଅଚାନକ ଗସ୍ତ କରିବେ । ଯାହାର ଗତିବିଧି ସମ୍ପର୍କରେ କେହି ଜାଣି ନଥିବେ ।

Matric Exam

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧୦ରୁ ୧୭ ଯାଏ ହେବ ମାଟ୍ରିକ ପରୀକ୍ଷା । ଏଥର କପି ରୋକିବାକୁ ସ୍ୱତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପରୀକ୍ଷା ସେଣ୍ଟର ଗୁଡ଼ିକୁ ସ୍କ୍ୱାର୍ଡ ଅଚାନକ ଗସ୍ତ କରିବେ । ଯାହାର ଗତିବିଧି ସମ୍ପର୍କରେ କେହି ଜାଣି ନଥିବେ । ସେହିପରି ପରୀକ୍ଷାରେ ସ୍ୱଚ୍ଛତା ରକ୍ଷା ନିମନ୍ତେ ଅଧିକାଂଶ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସିସିଟିଭି ଲଗାଯିବ। ଏନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ତେବେ ପ୍ରଶ୍ନପତ୍ର ହବ୍‌କୁ ଯାଇଛି । ହବ୍‌କୁ ପରୀକ୍ଷା ସେଣ୍ଟର ଯାଏ ପ୍ରଶ୍ନପତ୍ର ନେବାକୁ ସ୍ୱତନ୍ତ୍ର ଲୋକଙ୍କୁ ଦାୟିତ୍ୱ ଦିଆଯାଇଛି । ଶୃଙ୍ଖଳା ସହ ପରୀକ୍ଷା ହେବ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ। ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ । ଗ୍ରୀଷ୍ମର ପ୍ରକୋପକୁ ଦୃଷ୍ଟିରେ ରଖି ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଶୃଙ୍ଖଳା ସହ ପରୀକ୍ଷା ହେବ ବୋଲି ମନ୍ତ୍ରୀ କହିଛନ୍ତି ।

ସୂଚନାଥାଉ କି, ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୦ଟାରେ ସରିବ । ଭୋକେସନାଲ ଟ୍ରେଡ୍ ବ୍ୟତୀତ ଅନ୍ୟ ସମସ୍ତ ବିଷୟରେ ୮୦ ନମ୍ବର ପରୀକ୍ଷା କରାଯିବ। ଏଥିରେ ୫୦ ନମ୍ବର ସଂକ୍ଷିପ୍ତ ଉତ୍ତରମୂଳକ (ଏମ୍‌ସିକ୍ୟୁ) ପ୍ରଶ୍ନ ରହିବ ଯାହାର ଉତ୍ତରକୁ ଓଏମ୍‌ଆର୍‌ ସିଟ୍‌ରେ ପୂରଣ କରାଯିବ। ଅବଶି‌ଷ୍ଟ ୩୦ନମ୍ବର ସବ୍‌ଜେକ୍ଟିଭ୍‌ ପ୍ରଶ୍ନ ରହିବ ଓ ଏହାର ଉତ୍ତର ପ୍ରଶ୍ନପତ୍ର ବୁକ୍‌ଲେଟ୍‌ରେ ଲେଖିବାକୁ ପଡ଼ିବ। ଗଣିତ ବିଷୟରେ ଛାତ୍ରଛାତ୍ରୀଙ୍କୁ ଅତିରିକ୍ତ ୧୫ ମିନିଟ୍ ସମୟ ମିଳିବ ।

Matric Exam

ସେହିପରି ମଧ୍ୟମା ବା ସଂସ୍କୃତ ଟୋଲରେ ଗଣିତ, ବିଜ୍ଞାନ, ସାମାଜିକ ବିଜ୍ଞାନ, ଇଂରାଜୀ ପରୀକ୍ଷାରେ ୩୦ ନମ୍ବର ସବଜେକ୍ଟିଭ ଓ ୩୦ ନମ୍ବର ଅବଜେକ୍ଟିଭ ପରୀକ୍ଷା ହେବ । ଅନ୍ୟ ବିଷୟରେ ୩୦ ମାର୍କ ସବଜେକ୍ଟିଭ ଓ ୫୦ ମାର୍କ ଅବଜେକ୍ଟିଭ ପରୀକ୍ଷା କରାଯିବ ।

ପରୀକ୍ଷା କାର୍ଯ୍ୟସୂଚୀ

  • ମାର୍ଚ୍ଚ ୧୦- ପ୍ରଥମ ଭାଷା (ଓଡ଼ିଆ, ହିନ୍ଦୀ, ବଙ୍ଗଳା, ଉର୍ଦ୍ଦୁ, ତେଲଗୁ, ଅଲଟରନେଟିଭ ଇଂରାଜୀ)
  • ମାର୍ଚ୍ଚ ୧୩- ଦ୍ବିତୀୟ ଭାଷା (ଇଂରାଜୀ, ହିନ୍ଦୀ, ମୂକ ଓ ବଧିରଙ୍କ ପାଇଁ ପରିବେଶ ଓ ଜନସଂଖ୍ୟା)
  • ମାର୍ଚ୍ଚ ୧୪- ତୃତୀୟ ଭାଷା (ହିନ୍ଦୀ, ଓଡ଼ିଆ, ପାର୍ସି, ସଂସ୍କୃତ)
  • ମାର୍ଚ୍ଚ ୧୫- ସାଧାରଣ ବିଜ୍ଞାନ
  • ମାର୍ଚ୍ଚ ୧୬- ସାମାଜିକ ବିଜ୍ଞାନ
  • ମାର୍ଚ୍ଚ ୧୭- ଗଣିତ

ଚଳିତବର୍ଷ ୩ ହଜାର ୨୯ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେବେ ୫ ଲକ୍ଷ ୩୩ ହଜାର ୭୧୨ ଛାତ୍ରଛାତ୍ରୀ । ସେହିଭଳି ମଧ୍ୟମାରେ ୨୯୧୪ ପରୀକ୍ଷାର୍ଥୀଙ୍କ ଲାଗି ୧୦୮ଟି କେନ୍ଦ୍ର ଏବଂ ମୁକ୍ତ ବିଦ୍ୟାଳୟରେ ୭୧୮୧ ପରୀକ୍ଷାର୍ଥୀ ଲାଗି ୧୪୬ କେନ୍ଦ୍ର ବ୍ୟବସ୍ଥା କରାଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+