For Quick Alerts
Turn On Notification  
For Daily Alerts
Oneindia App Download

ଆସନ୍ତା ୬ ତାରିଖରେ ବାହାରିବ ମାଟ୍ରିକ ରେଜଲ୍ଟ

ଆସନ୍ତା ୬ ତାରିଖରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ବୁଧବାର ଦିନ ୧ ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ ।

|

ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ବୁଧବାର ଦିନ ୧ ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ ।

Matric Result

ଛାତ୍ରଛାତ୍ରୀ କେଉଁ ସାଇଟ୍‌ରୁ ରେଜଲ୍ଟ ପାଇପାରିବେ ସେ ନେଇ ଆଜି ବୋର୍ଡ କର୍ତ୍ତୃପକ୍ଷ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେବେ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଗତ ୨ ବର୍ଷ ହେଲା କରୋନା ଯୋଗୁ ଅଫଲାଇନ୍‌ ପରୀକ୍ଷା ହୋଇପାରି ନ ଥିବା ବେଳେ ଚଳିତ ବର୍ଷ ଆୟୋଜିତ ହୋଇଛି ଅଫଲାଇନ୍‌ ପରୀକ୍ଷା । ଚଳିତ ବର୍ଷ ୫ ଲକ୍ଷ ୨୮ ହଜାର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିଲେ । ସୁରୁଖୁରୁାର ପରୀକ୍ଷା ସରିଥିବା ବେଳେ ଖାତାଦେଖା ଓ ଟାବୁଲେସନ୍‌ ସରି ଚୂଡ଼ାନ୍ତ ଫଳ ପ୍ରକାଶନ ପାଇଁ ପ୍ରୋସେସିଂ ଜାରି ରହିଛି । ପରୀକ୍ଷାଫଳକୁ କିପରି ସଂପୂର୍ଣ୍ଣ ନିର୍ଭୁଲ୍‌ କରାଯିବ ସେଥିପାଇଁ ସମସ୍ତ ବନ୍ଦୋବସ୍ତ ବୋର୍ଡ ପକ୍ଷରୁ କରାଯାଇଛି।

ଉଲ୍ଲେଖଯୋଗ୍ୟ ମାର୍ଚ୍ଚ ୨୯ରୁ ଆରମ୍ଭ ହୋଇଥିଲା ମାଟ୍ରିକ୍ ପରୀକ୍ଷା । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା । ଚଳିତବର୍ଷ ୫ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଛନ୍ତି । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍‌ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ଭାବେ ବାରଣ କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ କରାଯାଇଥିଲା ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odisha: Matric Result 2022 will be Released on 6th July
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X