For Quick Alerts
Turn On Notification  
For Daily Alerts
Oneindia App Download

ଜୁନ୍‌ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ

ଜୁନ୍‌ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି । ସମୀର ଦାଶ କହିଛନ୍ତି, ମାଟ୍ରିକ ମୂଲ୍ୟାୟନ କାର୍ଯ୍ୟ ସଠିକ୍ ଭାବେ କରାଯାଉଛି । ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରା

|

ଭୁବନେଶ୍ୱର: ଜୁନ୍‌ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି । ସମୀର ଦାଶ କହିଛନ୍ତି, ମାଟ୍ରିକ ମୂଲ୍ୟାୟନ କାର୍ଯ୍ୟ ସଠିକ୍ ଭାବେ କରାଯାଉଛି । ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରାଯାଉଛି । ସେହିପରି ରେଜଲ୍ଟ ପରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ହେବେନାହିଁ । ତେବେ ସେମାନ ଆଉ ଥରେ ଆବେଦନ କରିପାରିବେ ବୋଲି ମନ୍ତ୍ରୀ କହିଛନ୍ତି ।

 Matric Result

ସେପଟେ ସ୍କୁଲ ଖୋଲାଯିବା ନେଇ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ ସମୀର ଦାଶ । ସେ କହିଛନ୍ତି, ଏବେ ସ୍କୁଲ ଖୋଲିବା ସମ୍ପର୍କରେ କହିବା ସମ୍ଭବ ନୁହେଁ । ବିଶେଷଜ୍ଞ ଓ ମୁଖ୍ୟମନ୍ତ୍ରୀ ସ୍କୁଲ ଖୋଲିବା ନିଷ୍ପତ୍ତି ନେବେ । ଆସନ୍ତା ୧୭ରୁ ୟୁଟ୍ୟୁବରେ ନବମ ଓ ଦଶମ ପିଲାଙ୍କୁ ଶାକ୍ଷାଦାନ ଦିଆଯିବ । ସବୁ ଜିଲ୍ଲାର ଡିଇଓମାନଙ୍କୁ ବିଷୟ ସ୍ଥିର କରିବାକୁ କୁହାଯାଇଛି । ଆସନ୍ତା ୧୮ ତାରିଖରେ ଏନେଇ ୩୦ ଜିଲ୍ଲାର ଡିଇଓଙ୍କ ସହ ବୈଠକ ବସିବ ।

ୟୁ ଟ୍ୟୁବ ମାଧ୍ୟମରେ ଦିନ ୧୦ଟା ୪୫ ରୁ ଦିନ ଗୋଟାଏଁ ପର୍ଯ୍ୟନ୍ତ ଚାଲିବ କ୍ଲାସ । ପ୍ରତିଦିନ ୪ଟି ପିରିୟଡ କରାଯିବ । ପ୍ରତି କ୍ଲାସର ବ୍ୟବଧାନ ୩୦ ମିନିଟ ରହିବ । ଉଭୟ ଶ୍ରେଣୀ ପାଇଁ ପ୍ରତି ବିଷୟରୁ ସପ୍ତାହକୁ ୨୦ ଟି ପିରିୟଡ଼ ପାଠ ପଢାହେବ । ଏଥିପାଇଁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀମାନେ ଏହି ପାଠପଢ଼ାର ଆନୁଷଙ୍ଗିକ ବ୍ୟବସ୍ଥା କରିବେ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odisha Matric Result will be Declared By June Last week
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X