ମେ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ !
ଭୁବନେଶ୍ୱର: ମେ ତୃତୀୟ ସପ୍ତାହରେ ବାହାରିପାରେ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ଏଥିସହ ମେ ଶେଷ ସପ୍ତାହରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇପାରେ । ବର୍ତ୍ତମାନ ସୁଦ୍ଧା ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ ବାହାରିବା ନେଇ ତାରିଖ ଧାର୍ଯ୍ୟ ହୋଇନାହିଁ । ଖୁବ ଶୀଘ୍ର ଏନେଇ ତାରିଖ ଘୋଷଣା କରାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ପ୍ରାୟ ୫ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଏପ୍ରିଲ ୩ ତାରିଖରୁ ଖାତାଦେଖା ଆରମ୍ଭ ହୋଇଥିଲା । ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖିଥିଲେ ଶିକ୍ଷକ, ଶିକ୍ଷୟିତ୍ରୀ । ଏଥିପାଇଁ ମୂଲ୍ୟାୟନ କେନ୍ଦ୍ର ଗୁଡ଼ିକରେ କାର୍ୟ୍ୟରେ ଶିକ୍ଷକ, ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । ଖାତାଦେଖାରେ ପ୍ରାୟ ୧୩ ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ନିୟୋଜିତ ରହିଥିଲେ ।
ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପିଲିଫ କରିଥିଲେ । ମୋଟ ୩ ହଜାର ୨୧୮ ପରୀକ୍ଷା କେନ୍ଦ୍ର ହୋଇଥିଲା । ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଥିଲେ । ମାଓ ପ୍ରଭାବିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଥିଲା । ସେହିପରି ପରୀକ୍ଷାରେ କପି ରୋକିବାକୁ ବୋର୍ଡ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିଲା ।
ଅନ୍ୟପଟେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ବୋର୍ଡ଼ ପରୀକ୍ଷା ଖାତାଦେଖା ରବିବାର ଶେଷ ହେବ। ଏପ୍ରିଲ୍ ୧୦ରୁ ୨୨ ତାରିଖ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଖାତାଦେଖା ପ୍ରକ୍ରିୟା ଶେଷ ହୋଇଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ୍ ୨୩ରୁ ଆରମ୍ଭ ହୋଇଥିଲା। ଚଳିତ ମାସ ଶେଷ ସୁଦ୍ଧା ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ପ୍ରକାଶ କରିବାକୁ ପରିଷଦ ଲକ୍ଷ୍ୟ ରଖିଛି ।












Click it and Unblock the Notifications