ପୌର ନିର୍ବାଚନ: ୨ ଦିନ ବନ୍ଦ ରହିବ ଖୋର୍ଦ୍ଧା ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ
ଆସନ୍ତାକାଲି ପୌର ନିର୍ବାଚନ । ଏଥିନିମନ୍ତେ ଖୋର୍ଦ୍ଧା ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନକୁ ୨ ଦିନ ଛୁଟି ଘୋଷଣା କରାଯାଇଛି। ଆଜି ଓ ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ୨ ଦିନ ଶିକ୍ଷାନୁଷ୍ଠାନ ବନ୍ଦ ନେଇ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍
ଭୁବନେଶ୍ୱର: ଆସନ୍ତାକାଲି ପୌର ନିର୍ବାଚନ । ଏଥିନିମନ୍ତେ ଖୋର୍ଦ୍ଧା ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନକୁ ୨ ଦିନ ଛୁଟି ଘୋଷଣା କରାଯାଇଛି। ଆଜି ଓ ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ୨ ଦିନ ଶିକ୍ଷାନୁଷ୍ଠାନ ବନ୍ଦ ନେଇ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ।

ସେପଟେ ଅଧ୍ୟକ୍ଷ ନିର୍ବାଚନ ବେଳେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ନିକଟରେ ହିଂସା ହୋଇଥିବାରୁ ବେଗୁନିଆ ବଜାର ଓ ବ୍ଲକ ଅଂଚଳରେ ୧୪୪ ଧାରା ଜାରି କରିଛି ଜିଲ୍ଲା ପ୍ରଶାସନ । ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ୧୪୪ ଧାରା ଜାରି କରାଯାଇଛି । ଅଧ୍ୟକ୍ଷ ନିର୍ବାଚନ ବେଳେ ଗଣ୍ଡଗୋଳ ହୋଇଥିଲା । ଅଶାନ୍ତ ହୋଇ ପଡ଼ିଥିଲା ବେଗୁନିଆ ।
ସୂଚନାଯୋଗ୍ୟ, ଆସନ୍ତାକାଲି ପୌର ନିର୍ବାଚନ ଲାଗି ମତଦାନ ହେବ । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ବିଭିନ୍ନ ବୁଥ୍ ମୁହାଁ ହେବେ ପୋଲିଂ କର୍ମଚାରୀ । ଆଜି ଅପରାହ୍ନ ସୁଦ୍ଧା ସବୁ ପୋଲିଂ ଷ୍ଟାଫ୍ ନିଜ ନିଜ ବୁଥରେ ପହଞ୍ଚିଯିବେ ବୋଲି ପୂର୍ବରୁ ରାଜ୍ୟ ନିର୍ବାଚନ କମିଶନର ସୂଚନା ଦେଇଥିଲେ ।
ଭୋଟ୍ ଗ୍ରହଣ ଲାଗି ମୋଟ୍ ୨୨ ହଜାର ପୋଲିଂ କର୍ମଚାରୀ ମୁତୟନ ରହିବେ । ୨୪ ତାରିଖ ସକାଳ ୮ଟାରୁ ସଂଧ୍ୟା ୫ଟା ଯାଏ ମତଦାନ ଜାରି ରହିବ । ୧୦୬ ପୌରପାଳିକା, ଏନଏସି ଓ ୩ ମହାନଗର ନିଗମରେ ମୋଟ୍ ୪୦ ଲକ୍ଷ ୫୫ ହଜାର ଭୋଟର ମତଦାନ କରିବେ। ଭୁବନେଶ୍ୱରର ୬୭ଟି ୱାର୍ଡ ପାଇଁ ୭୦୫ଟି ବୁଥ୍ ହୋଇଛି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ଏଥର ଭୋଟ୍ ହେବ। ନିର୍ବାଚନ ଶୃଙ୍ଖଳାର ସହ ପରିଚାଳନା ପାଇଁ ୧୯୫ ପ୍ଲାଟୁନ ଫୋର୍ସ ମୁତୟନ ହେବେ ।












Click it and Unblock the Notifications