ଆଜି ଅପରାହ୍ଣ ୪ଟାରେ + ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ
ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧିନରେ ଥିବା ଯୁକ୍ତ ଦୁଇ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ । ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ପରୀକ୍ଷା ଫଳ ।
ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧିନରେ ଥିବା ଯୁକ୍ତ ଦୁଇ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ । ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ପରୀକ୍ଷା ଫଳ ।

ଅପରାହ୍ନ ୪ଟାରେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶିତ ହେବ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପରୀକ୍ଷା ଫଳ ଘୋଷଣା କରିବେ । ଏହାପରେ ୱେବସାଇଟରେ ରେଜଲ୍ଟ ଉପଲବ୍ଧ । ପରୀକ୍ଷାର୍ଥୀ orissaresults.nic.in. ଓ chseodisha.nic.in କୁ ଭିଜିଟ କରି ନିଜର ରୋଲ ନମ୍ବର ଓ ଆବଶ୍ୟକୀୟ ତଥ୍ୟ ଦେଇ ପରୀକ୍ଷା ଫଳ ଚେକ୍ କରିପାରିବେ ।
ସୂଚନାଯୋଗ୍ୟ, ଜୁଲାଇ ୨୭ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ ପାଇଥିଲା। ବିଜ୍ଞାନରେ ପାସ୍ ହାର ୯୪ ପ୍ରତିଶତ ରହିଥିବା ବେଳେ ବାଣିଜ୍ୟରେ ପାସ୍ ହାର ୮୯ ପ୍ରତିଶତ ରହିଥିଲା। ଚଳିତ ବର୍ଷ ୭୨,୧୦୬ ଜଣ ବିଜ୍ଞାନରେ ପାସ୍ କରିଥିବା ବେଳେ ୨୧,୧୬୫ ଜଣ ବାଣିଜ୍ୟରେ ପାସ୍ କରିଥିଲେ ।
ଚଳିତବର୍ଷ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ଦୁଇଟି ଢାଞ୍ଚାରେ ମାର୍କିଂ କରାଯାଇଛି । ଚଳିତବର୍ଷ ଛାତ୍ରଛାତ୍ରୀମାନେ ଭଲ ରେଜଲ୍ଟ କରିଥିବେ ବୋଲି ଆଶା ରଖିଛନ୍ତି ।












Click it and Unblock the Notifications